ମୋହନଙ୍କ ମନ୍ତ୍ରୀମଣ୍ଡଳରେ କିଏ ?

Spread the love

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ମାଝୀ । ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ରଘୁବର ଦାସ। ମୋହନ ମାଝୀଙ୍କ ସହ ଉପମୁଖ୍ୟମନ୍ତ୍ରୀ ଭାବେ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ଶପଥ ନେଇଛନ୍ତି । ସେହିପରି ୧୩ ଜଣ ମନ୍ତ୍ରୀ ମଧ୍ୟ ଆଜି ଶପଥ ନେଇଛନ୍ତି । ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କ ସହ ୮ ଜଣ କ୍ୟାବିନେଟ ଓ ୫ ଜଣ ରାଷ୍ଟ୍ରମନ୍ତ୍ରୀ ଶପଥ ପାଠ କରିଛନ୍ତି । କ୍ୟାବିନେଟ ମନ୍ତ୍ରୀ ଭାବେ ସୁରେଶ ପୂଜାରୀ, ରବି ନାରାୟଣ ନାଏକ, ନିତ୍ୟାନନ୍ଦ ଗଣ୍ଡ, କୃଷ୍ଣଚନ୍ଦ୍ର ପାତ୍ର, ପୃଥ୍ବୀରାଜ ହରିଚନ୍ଦନ, ମୁକେଶ ମହାଲିଙ୍ଗ, ବିଭୁତି ଜେନା, କୃଷ୍ଣଚନ୍ଦ୍ର ମହାପାତ୍ର ଶପଥ ନେଇଛନ୍ତି । ସେହିପରି ରାଷ୍ଟ୍ରମନ୍ତ୍ରୀ (ସ୍ବାଧୀନ) ଭାବେ ଗଣେଶ ରାମସିଂ ଖୁଣ୍ଟିଆ, ସୂର୍ଯ୍ୟବଂଶୀ ସୂରଜ, ପ୍ରଦୀପ ବଳସାମନ୍ତ, ଗୋକୁଳାନନ୍ଦ ମଲ୍ଲିକ, ସଂପଦ ସ୍ବାଇଁ ୫ ଜଣ ଶପଥ ନେଇଛନ୍ତି ।

Leave a Reply

Your email address will not be published. Required fields are marked *