ରାଜ୍ୟରେ ବର୍ତ୍ତମାନ ପଶ୍ଚିମ ଝାଡ଼ଖଣ୍ଡ ଓ ତାର ପାଶ୍ୱବର୍ତୀ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାସହ ମୌସୁମୀ ସକ୍ରିୟ ରହିଥିବା ବେଳେ ଆହୁରି ୪୮ ଘଣ୍ଟା ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଗାମୀ ୫ ଦିନଯାଏଁ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବାବେଳେ ଆସନ୍ତା ୨୪ ଘଣ୍ଟାରେ କିଛି କିଛି ସ୍ଥାନରେ ବର୍ଷା ହେବ। ସୁନ୍ଦରଗଡ, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ନୂଆପଡା, ସମ୍ବଲପୁର, ବରଗଡ଼ ଓ ଝାରସୁଗୁଡା ଏହି ୯ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ଆସନ୍ତାକାଲି ବରଗଡ଼, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ ଓ କେନ୍ଦୁଝର ଏହି ୫ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ୧୦ ତାରିଖ ଠାରୁ ଧୀରେ ଧୀରେ ବର୍ଷାର ପରିମାଣ କମିବା ସହ ପୁଣି ୧୩ ରୁ ପ୍ରବଳ ବର୍ଷା ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
Naxatra News is now on Whatsapp
Join and get latest news update delivered to you via whatsapp
Join Now