୩୧ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା!

୩୧ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା। ବଙ୍ଗୋପସାଗରରେ ସୃଷ୍ଟି  ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ଓଡ଼ିଶାରେ ୩୧ ତାରିଖ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ପାଇଁ ୫ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲା ଗୁଡ଼ିକ ହେଲେ ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ଼, ନୂଆପଡ଼ା ଓ ନବରଙ୍ଗପୁର। ସେପଟେ ତଳିଆ ଅଞ୍ଚଳରେ ପାଣି ଜମିବାର ଆଶଙ୍କା ରହିଛି। ତେଣୁ ସତର୍କ ରହିବାକୁ ଏସଆରସିଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି । ସେହିପରି ଜୁଲାଇ ୨୯ ରୁ ୩୦ ତାରିଖ ମଧ୍ୟରେ ୩ଟି ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର ଏବଂ ବାଲେଶ୍ୱରକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *