କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ, ଅସ୍ଥାୟୀ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ୧୧୧ କୋଟି ସହାୟତା ଘୋଷଣା, ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କଲେ ରାଜ୍ୟସଭା ସାଂସଦ

Spread the love

ବଲାଙ୍ଗିର – କେନ୍ଦୁପତ୍ର ହିତାଧିକାରୀ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ୱିତୀୟ ପର୍ଯ୍ୟାୟରେ ୧୧୧ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି । ୨୦୨୨ ଫସଲ ବର୍ଷ ପାଇଁ ଏହି ସହାୟତା ମିଳିବ । ପୂର୍ବରୁ ପ୍ରଥମ ପର୍ଯ୍ୟାୟରେ ୮୩ କୋଟି ଟଙ୍କାର ସହାୟତା ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ସିଧାସଳଖ ଜମା କରାଯାଇଛି । ଦୁଇଟି ପର୍ଯ୍ୟାୟକୁ ମିଶାଇ କେନ୍ଦୁପତ୍ର ହିତାଧିକାରୀମାନେ ୧୯୪ କୋଟି ଟଙ୍କାର ସହାୟତା ପାଇବେ, ଯାହା କି ଗୋଟିଏ ଫସଲ ବର୍ଷରେ ଏକ ସର୍ବକାଳୀନ ରେକର୍ଡ । ରାଜ୍ୟ ସରକାରଙ୍କ ଏହି ଘୋଷଣା ଦ୍ୱାରା ୮ ଲକ୍ଷରୁ ଅଧିକ କେନ୍ଦୁପତ୍ର ହିତାଧିକାରୀ ଉପକୃତ ହେବେ । ୭.୭୫ ଲକ୍ଷ କେନ୍ଦୁପତ୍ର ତୋଳାଳୀ ଏବଂ ୪୦ ହଜାର ବନ୍ଧାଳୀ ଓ ସିଜିନାଲ ଷ୍ଟାଫଙ୍କୁ ଏହି ସହାୟତା ମିଳିବ । ପ୍ରତ୍ୟେକ ତୋଳାଳୀଙ୍କୁ ଏକ ହଜାର ଟଙ୍କାର ଆର୍ôଥକ ସହାୟତା ସହିତ ପାଣିବୋତଲ ଓ ଚପଲ ପାଇଁ ଯଥାକ୍ରମେ ୨୦୦ ଓ ୧୬୦ ଟଙ୍କା ମିଳିବ । ସେହିପରି ପ୍ରତ୍ୟେକ ବନ୍ଧାଳୀ ଓ ସିଜିନାଲ ଷ୍ଟାଫଙ୍କୁ ଆର୍ôଥକ ସହାୟତା ଭାବରେ ୧୫୦୦ ଟଙ୍କା ଦିଆଯିବ । କେନ୍ଦୁପତ୍ର ସଂଗ୍ରହ ହେଉଥିବା ରାଜ୍ୟର ୨୨ଟି ଜିଲ୍ଲା ମଧ୍ୟରୁ ଝାରସୁଗୁଡା ବ୍ୟତୀତ ଅନ୍ୟ ସମସ୍ତ ଜିଲ୍ଲାର ହିତାଧିକାରୀମାନେ ଏହି ସହାୟତା ପାଇବେ । ନିର୍ବାଚନ ଆଚରଣ ବିଧି ଉଠିବା ପରେ ଝାରସୁଗୁଡାର ହିତାଧିକାରୀମାନଙ୍କୁ ଏହି ସହାୟତା ମିଳିବ ।

ସୂଚନାଯୋଗ୍ୟ ଯେ, ପ୍ରଥମ ପର୍ଯ୍ୟାୟରେ ହିତାଧିକାରୀ ମାନଙ୍କୁ ୮୩ କୋଟି ଟଙ୍କାର ଆର୍ôଥକ ସହାୟତା ପ୍ରଦାନ କରାଯାଇଛି । କେନ୍ଦୁପତ୍ର ହିତାଧିକାରୀ ମାନେ, ଯେଉଁମାନେ କି ମୁଖ୍ୟତଃ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଅଟନ୍ତି, ସେମାନଙ୍କ ଜୀବନଧାରଣ ମାନର ଉନ୍ନତିରେ ଏହି ଘୋଷଣା ସହାୟକ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏଭଳିଆ ଜନମଙ୍ଗଳକାରି ଯୋଜନା, ଶ୍ରମିକ କଲ୍ୟାଣକାରି କାର୍ଯ୍ୟକ୍ରମ ବିଶେଷକରି ଗରିବ ଖଟିଖିଆ ଆଦିବାସୀ ଦଳିତ ବର୍ଗ ର ଦୃଢ଼ ସଶକ୍ତିକରଣ ଯୋଜନାକୁ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ସ୍ୱାଗତ କରିବା ସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଛନ୍ତି ।

Leave a Reply

Your email address will not be published. Required fields are marked *