ଗ୍ରୀଷ୍ମ ତାତି ସାଙ୍ଗକୁ ଝଡ଼ ତୋଫାନ ସତର୍କତା, ୨ରୁ ୩ ଡିଗ୍ରୀ ବଢିବ ତାପମାତ୍ରା

Spread the love

ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ସାଙ୍ଗକୁ ଝଡ଼ ତୋଫାନ ସତର୍କତା । ରାଜ୍ୟରେ ଆଗାମୀ ୩ ଦିନ ଯାଏ ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ ଦିନ ତାପମାତ୍ରା । ଗରମ ସହ ଗୁଳୁଗୁଳିରେ ସନ୍ତୁଳି ହେବେ ରାଜ୍ୟବାସୀ । ଆଜି ପାଇଁ ୩ ଜିଲ୍ଲାକୁ ହିଟୱେଭ୍ ଓ ୧୧ ଜିଲ୍ଲାକୁ ଗରମ ସହ ଗୁଳୁଗୁଳି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଅନ୍ୟପଟେ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ପାଇଁ ୧୩ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ଝଡ଼ ତୋଫାନ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେପଟେ ଆସନ୍ତା ୧୦ ତାରିଖ ଭିତରେ ଓଡ଼ିଶା ଛୁଇଁପାରେ ମୌସୁମୀ ବାୟୁ । ପ୍ରଥମେ ଦକ୍ଷିଣ ଓଡ଼ିଶାକୁ ପ୍ରବେଶ କରିବ । ପରେ ଅନ୍ୟ ଅଞ୍ଚଳକୁ ସ୍ପର୍ଶ କରିବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ମୌସୁମୀ ଛୁଇଁବା ପୂର୍ବରୁ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପ୍ରାକ୍ ମୌସୁମୀ ବର୍ଷା ହୋଇପାରେ । ସାଧାରଣତଃ ଜୁନ ଦ୍ୱିତୀୟ ସପ୍ତାହରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ କରିଥାଏ। ଚଳିତଥର ନିର୍ଦ୍ଧାରିତ ସମୟ ପୂର୍ବରୁ ଆଣ୍ଡାମାନ ଓ କେରଳ ଛୁଇଁଛି ମନସୁନ୍ ।

Leave a Reply

Your email address will not be published. Required fields are marked *