+୩ ନାମଲେଖା ଗାଇଡଲାଇନରେ ପରିବର୍ତ୍ତନ

ଯୁକ୍ତ ତିନି ନାମଲେଖା ନେଇ ଉଚ୍ଚଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି । ପ୍ରଥମ ପର୍ଯ୍ୟାୟରେ ନାମ ଲେଖାଇଥିବା ଛାତ୍ରଛାତ୍ରୀ ଦ୍ୱିତୀୟ ପର୍ଯ୍ୟାୟରେ ବି ନାମଲେଖା ପାଇଁ ଆବେଦନ କରିପାରିବେ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଉଚ୍ଚ ଶିକ୍ଷା ବିଭାଗ ଏହି ନିଷ୍ପତ୍ତି ନେଇଛି । ୨୦୨୪-୨୫ ଶିକ୍ଷାବର୍ଷରେ ଯୁକ୍ତ ତିନିରେ ନାମଲେଖା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଆବେଦନ ପ୍ରକ୍ରିୟା ଗତ ୧୨ ତାରିଖରୁ ଆରମ୍ଭ ହୋଇଛି। ଏହି ଆବେଦନ ପ୍ରକ୍ରିୟା ୨୬ ତାରିଖ ରାତି ୧୧ ଟା ୪୫ ପର୍ଯ୍ୟନ୍ତ ଚାଲିବ । ତେବେ “ଏଥିରେ କେଉଁମାନେ ଆବେଦନ କରିପାରିବେ ଏବଂ ଆବେଦନ କରିପାରିବେ ନାହିଁ ସେନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଗାଇଡ଼ଲାଇନ ଜାରି ହୋଇଥିଲା । ତେବେ ପ୍ରଥମ ପର୍ଯ୍ୟାୟରେ ଯେଉଁମାନେ ନାମଲେଖାଇ ସାରିଛନ୍ତି, ସେମାନେ ଦ୍ୱିତୀୟ ପର୍ଯ୍ୟାୟରେ ଆବେଦନ କରିପାରିବେ ନାହିଁ” ବୋଲି ଗାଇଡ଼ଲାଇନରେ ଉଲ୍ଲେଖ ରହିଥିଲା। କିନ୍ତୁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଏଥିରେ ପରିବତ୍ତର୍ନ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଯେଉଁ ଛାତ୍ରଛାତ୍ରୀମାନେ ପ୍ରଥମ ପର୍ଯ୍ୟାୟରେ ନାମଲେଖାଇ ସାରିଛନ୍ତି, ସେମାନେ ମଧ୍ୟ ଦ୍ୱିତୀୟ ପର୍ଯ୍ୟାୟ ଅଂଶଗ୍ରହଣ କରିପାରିବେ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *