ଖୋଲିଲା ଆଉ ୫ ସ୍ଲୁଇସ୍ ଗେଟ୍ : ହୀରାକୁଦ ଜଳଭଣ୍ଡାରରୁ ୧୭ ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରୀ

Spread the love

ସମ୍ବଲପୁର : ଖୋଲିଲା ଆଉ ୫ ସ୍ଲୁଇସ୍ ଗେଟ୍ । ଫଳରେ ଆଜି ଦିନ ସାଢ଼େ ୧୧ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରରୁ ମୋଟ୍ ୧୭ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରୀ ରହିଛି । ଡ଼୍ୟାମ୍ ର ବାମ ପାର୍ଶ୍ଵ ଡାଇକ୍ ର ୧୧ଟି ଓ ଡାହାଣ ପାର୍ଶ୍ଵ ଡାଇକ୍ ର ୬ଟି ସ୍ଲୁଇସ୍ ଗେଟ୍ ଦେଇ ମହାନଦୀକୁ ବନ୍ୟାଜଳ ଛଡାଯାଉଛି । ଜଳ ଭଣ୍ଡାରର ଜଳ ପତନ ଉପରେ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ ଓ ବିଶେଷଜ୍ଞ ମାନେ ନଜର ରଖିଛନ୍ତି ।

ଗତ ୨୪ ଘଣ୍ଟାରେ ଜଳ ଭଣ୍ଡାରର ଉପର ମୁଣ୍ଡରେ ୭.୧୧ ମି.ମି. ବର୍ଷା ରେକର୍ଡ଼ ହୋଇଥିବା ବେଳେ ତଳ ମୁଣ୍ଡରେ ୧.୯୪ ମି.ମି. ବର୍ଷା ରେକର୍ଡ଼ ହୋଇଥିବା ହୀରାକୁଦ ନଦୀବନ୍ଧ କର୍ତୃପକ୍ଷଙ୍କ ସୂତ୍ରରୁ ପ୍ରକାଶ ।

Leave a Reply

Your email address will not be published. Required fields are marked *