୫ ହଜାର ନୂଆ ଡାକ୍ତର ପଦବୀକୁ ମିଳିଲା ଅନୁମୋଦନ

Spread the love

ଭୁବନେଶ୍ୱର : ରାଜ୍ୟରେ ସୃଷ୍ଟିହେଲା ୫ ହଜାର ନୂଆ ଡାକ୍ତର ପଦବୀ । ନୂଆ ଡାକ୍ତର ପଦବୀକୁ ମଞ୍ଜୁର କରିଛନ୍ତି ରାଜ୍ୟପାଳ । ରାଜ୍ୟର ୩୦ଟି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, କ୍ୟାପିଟାଲ ହସପିଟାଲ ଓ ରାଉରକେଲା ଆଇଜିଏଚରେ ୬୮୯ଟି ନୂଆ ଡାକ୍ତର ପଦବୀ ସୃଷ୍ଟି କରାଯାଇଛି । ୩୨ଟି ଉପଖଣ୍ଡ ଚିକିତ୍ସାଳୟରେ ୪୮୦ ଜଣ ଡାକ୍ତର ନିଯୁକ୍ତ ହେବେ ।

୩୭୫ଟି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ୩୭୫୦ ଡାକ୍ତର ନିଯୁକ୍ତ ହେବେ । ପ୍ରତି ସିଏଚସିରେ ୧୦ଟି ଲେଖାଏ ଡାକ୍ତର ପଦବୀ ସୃଷ୍ଟି କରାଯାଇଛି । ସେହିପରି ରାଜ୍ୟର ୭ଟି ସହରାଂଚଳ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ୮୧ଟି ଡାକ୍ତର ପଦବୀ ସୃଷ୍ଟି ହୋଇଛି । ଭୁବନେଶ୍ୱରର ୪ଟି ଓ ସୁନ୍ଦରଗଡ଼ର ଗୋଟିଏ ୟୁସିଏଚସି ପାଇଁ ୧୩ ଟି ଲେଖାଏଁ ମୋଟ ୬୫ଟି ପଦବୀ ସୃଷ୍ଟି ହୋଇଥିବାବେଳେ କଟକର ସିଡିଏ, ଚାଉଳିଆଗଞ୍ଜରେ ୮ଟି ଲେଖାଏ ମୋଟ ୧୬ଟି ପଦବୀ ସୃଷ୍ଟି କରାଯାଇଛି ।କ

Leave a Reply

Your email address will not be published. Required fields are marked *