ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଇଁ ୯୦୨ ନୂତନ ପଦବୀ ସୃଷ୍ଟି, ୬୪୨ ଶିକ୍ଷକ, ୨୬୦ ଅଣଶିକ୍ଷକ ପଦବୀ ସୃଷ୍ଟି

Spread the love

ଭୁବନେଶ୍ୱର : ରାଜ୍ୟର ୧୦୬ଟି ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଇଁ ରାଜ୍ୟ ସରକାର ମୋଟ ୯୦୨ଟି ପଦବୀ ତିଆରି କରିଛନ୍ତି । ଏଥିରେ ୬୪୨ଟି ଶିକ୍ଷକ ଓ ୨୬୦ଟି ଅଣଶିକ୍ଷକ ପଦ ରହିଛି । ଖୁବ୍ ଶୀଘ୍ର ଏନେଇ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହେବ । ୬୪୨ ପୋଷ୍ଟ ଗ୍ରାଜୁଏଟ ଟିଚର(ପିଜିଟି) ପଦବୀ ସମେତ ୨୪ ଲାବୋରେଟୋରୀ ଆସିଷ୍ଟାଣ୍ଟ୍, ୨୪ ଲାବୋରେଟୋରୀ ଆଟେଣ୍ଡାଣ୍ଟ୍, ୧୦୬ ଆସିଷ୍ଟାଂଟ ଲାଇବ୍ରେରିଆନ, ୧୦୬ ଜୁନିୟର କ୍ଲର୍କ ପଦବୀ ସୃଷ୍ଟି ହୋଇଛି ।

ଚଳିତ ବର୍ଷ ୧୦୬ ଉଚ୍ଚ ବିଦ୍ୟାଳୟକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭାବେ ସରକାର ଉନ୍ନୀତ କରିଛନ୍ତି । ଏ ସବୁ ବିଦ୍ୟାଳୟରେ ଯୁକ୍ତ-୨ ଖୋଲିଛି । ଦଶମ ପଢ଼ିସାରିବା ପରେ ଛାତ୍ରଛାତ୍ରୀ ସିଧାସଳଖ ନିଜ ବିଦ୍ୟାଳୟରେ ଯୁକ୍ତ-ଦୁଇ ପଢ଼ିପାରିବେ । ସେମାନଙ୍କୁ ଶିକ୍ଷାଦାନ ପାଇଁ ଏହି ନୂତନ ଶିକ୍ଷକ ପଦବୀଗୁଡିକ ସୃଷ୍ଟି ହୋଇଛି । ସେହିପରି ପ୍ରତି ଉନ୍ନୀତ ମାଧ୍ୟମିକ ବିଦ୍ୟାଳୟରେ ଅଫିସ କାର୍ଯ୍ୟ, ଲ୍ୟାବ୍ ର ସୁପରିଚାଳନା ଓ ପାଠାଗାର ପରିଚାଳନା ପାଇଁ ମଧ୍ୟ ସରକାର ବିଶେଷ ଧ୍ୟାନ ଦେଇ ଅଣ-ଶିକ୍ଷକ ପଦବୀଗୁଡିକୁ ମଞ୍ଜୁରୀ ଦେଇଛନ୍ତି ।

Leave a Reply

Your email address will not be published. Required fields are marked *