ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ପତ୍ନୀ ବିଦ୍ୟାଭାରତୀଙ୍କୁ ହାଇକୋର୍ଟରୁ ସାମୟିକ ଆଶ୍ୱସ୍ତି

Spread the love

ଭୁବନେଶ୍ୱର : ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀଙ୍କୁ ହାଇକୋର୍ଟରୁ ସାମୟିକ ଆଶ୍ୱସ୍ତି ମିଳିଛି । ଗିରଫ ପାଇଁ ପାରଳାଖେମୁଣ୍ଡି ଏସଡିଜେଏମ୍ ଙ୍କ କୋର୍ଟରେ ଜାରି ଜାମିନ ବିହୀନ ଗିରଫ ପରୱାନା (ଏନବିଡବ୍ଲ୍ୟୁ) ଉପରେ ରୋକ୍ ଲଗାଇଛନ୍ତି ହାଇକୋର୍ଟ । ଏହା ସହ ତାଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନନେବାକୁ ବି ନିର୍ଦେଶ ଦେଇଛନ୍ତି ହାଇକୋର୍ଟ । ଆସନ୍ତା ଜୁଲାଇ ୨୭ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ।

ଏହି ମାମଲାରେ ପୂର୍ବରୁ ଡିଏଫଓ ସଂଗ୍ରାମ କେଶରୀ ବେହେରାଙ୍କୁ ମଧ୍ୟ ଆଶ୍ୱସ୍ତି ମିଳିଥିଲା । ବିଦ୍ୟାଭରତୀ, ସଂଗ୍ରାମ କେଶରୀ ବେହେରା ଓ ପତ୍ନୀ ମନ୍ମଥ କୁମ୍ଭଙ୍କ ବିରୋଧରେ ଏନବିଡବ୍ଲ୍ୟୁ ଜାରି କରିଛନ୍ତି ପାରଳାଖେମୁଣ୍ଡି ଏସଡିଜେମ କୋର୍ଟ ।

ସୂଚନାଯୋଗ୍ୟ, ଏସିଏଫ୍ ସୌମ୍ୟରଞ୍ଜନ ପାରଳାଖେମୁଣ୍ଡିରେ କାର୍ଯ୍ୟରତ ଥିବାବେଳେ ୨୦୨୧ ଜୁଲାଇ ୧୧ ତାରିଖ ରାତିରେ ସରକାରୀ ବାସଭବନରେ ସନ୍ଦେହଜନକ ଭାବେ ନିଆଁରେ ପୋଡ଼ି ଗୁରୁତର ଆହତ ହୋଇଥିଲେ । ୨ ଦିନ ପରେ ତାଙ୍କର ମୃତ୍ୟୁ ଘଟିଥିଲା । ଏହାର ତଦନ୍ତଭାର କ୍ରାଇମବ୍ରାଞ୍ଚକୁ ମଧ୍ୟ ଦିଆଯାଇଥିଲା । କ୍ରାଇମବ୍ରାଞ୍ଚ ଏହାକୁ ଏକ ଦୁର୍ଘଟଣା ଦର୍ଶାଇ ଫାଇଲ ବନ୍ଦ କରିଥିଲା । ସୌମ୍ୟରଞ୍ଜନଙ୍କ ବାପା ଅଭିରାମ ମହାପାତ୍ର ତତ୍କାଳୀନ ଡିଏଫ୍ଓ ସଂଗ୍ରାମ ବେହେରା, ପତ୍ନୀ ବିଦ୍ୟାଭାରତୀ ଓ ରୋଷେୟାଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆଣି ପାରଳାଖେମୁଣ୍ଡି ଏସ୍ଡିଜେଏମଙ୍କ କୋର୍ଟରେରେ ପିଟିସନ୍ ଦାଏର କରିଥିଲେ ।

Leave a Reply

Your email address will not be published. Required fields are marked *