ଭୁବନେଶ୍ଵର : ପଶ୍ଚିମକେନ୍ଦ୍ରୀୟ ତତସଂଲଗ୍ନ ଉତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡିଶା ଉପକୂଳ ସମୁଦ୍ର ଅଞ୍ଚଳରେ ସୃଷ୍ଟ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ଏହା ଘନୀଭୂତ ହୋଇ ଆଜି ଅବପାତର ରୂପ ନେବା ପରେ ବର୍ଷାର ପରିମାଣ ବଢିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହା ଧୀରେ ଧୀରେ ପଶ୍ଚିମ- ଉତ୍ତର -ପଶ୍ଚିମ ଦିଗରେ ଗତିକରିବା ସହ ଉତର-ଆନ୍ଧ୍ରପ୍ରଦେଶ ଦକ୍ଷିଣ ଓଡିଶା ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି । ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏହାର ପ୍ରଭାବ ଦେଖିବାକୁ ମିଳିବ ।
୨୬ ତାରିଖ ସକାଳ ୮ଟା ୩୦ ଠାରୁ ୨୭ ତାରିଖ ୮ଟା ୩୦ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରୀ କରିଛି ପାଣିପାଗ ବିଭାଗ । ସେହିସବୁ ଜିଲ୍ଲା ଗୁଡିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଏବଂ ନୂଆପଡ଼ା । ଏହି ସମୟରେ ଏସବୁ ସ୍ଥାନରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
ସେହିପରି ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରୀ କରାଯାଇଛି । ସେହି ଜିଲ୍ଲା ଗୁଡିକ ହେଲା, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବଲାଙ୍ଗିର, ପୁରୀ ଏବଂ ବୌଦ୍ଧ । ଏସବୁ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା (୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା)ର ସମ୍ଭାବନା ରହିଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Naxatra News is now on Whatsapp
Join and get latest news update delivered to you via whatsapp
Join Now