Angul

ବସ ଧକ୍କାରେ ବାଇକ ଆରୋହୀଙ୍କର ମୃତ୍ୟୁ

ଭୁବନେଶ୍ୱର : ଅନୁଗୁଳ ଜିଲ୍ଲା ପାଲଲହଡ଼ା ଥାନା ୪୯ ନମ୍ବର ଜାତୀୟ ରାଜପଥ ସାମିୟାପାଲି ଛକ ନିକଟରେ ବସ୍ ଧକ୍କାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି । ସାଇନାଥ ନାମକ ଏକ ଘରୋଇ ବସ୍ ବାଇକକୁ ଧକ୍କା ଦେଇଥିଲା । ଫଳରେ ଘଟଣା ସ୍ଥଳରେ ବାଇକ ଚାଳକ ଗୁରୁତର ହୋଇପଡ଼ିଥିଲେ । ପରେ ସ୍ଥାନୀୟ ଲୋକେ ତାଙ୍କୁ ପାଲଲହଡା ଉପଖଣ୍ଡ ଡାକ୍ତରଖାନାରେ ଭର୍ତି କରିଥିଲେ । ହେଲେ ଡାକ୍ତର ତାଙ୍କୁ ସେଠାରେ ମୃତ ଘୋଷଣା କରିଥିଲେ । ମୃତ ବ୍ୟକ୍ତି ହେଲେ ପାଲଲହଡା ସିଗଡ଼ ଗାଁର ଶରତ ପ୍ରଧାନ ଓ ଘଟଣା ସ୍ଥଳରେ ପୋଲିସ ପହଂଚି ବସ ଓ ବାଇକ କୁ ଜବତ କରି ଅଧିକ ତଦନ୍ତ ଚଳାଇଛି ।

Related Articles

Leave a Reply

Your email address will not be published.

Back to top button