ତାଳଚେର ମେଡିକାଲ କଲେଜକୁ ସଂଗ୍ରାମୀ ପବିତ୍ର ମୋହନ ପ୍ରଧାନଙ୍କ ନାମରେ କରିବାକୁ ନିଷ୍ପତି

Spread the love

ଭୁବନେଶ୍ୱର : ତାଳଚେର ସ୍ଥିତ ମେଡିକାଲ କଲେଜକୁ ସଂଗ୍ରାମୀ ପବିତ୍ର ମୋହନ ପ୍ରଧାନଙ୍କ ନାମରେ କରିବାକୁ ନିଷ୍ପତି ନିଆଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ନିଷ୍ପତି ନେଇଛନ୍ତି । ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରି ଏହି ସୂଚନା ଦିଆଯାଇଛି ।

ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ଦିଆଯାଇଥିବା ସୂଚନାରେ କୁହାଯାଇଛି, ରାଜ୍ୟ ବିକାଶରେ ଓଡ଼ିଶା ପ୍ରଜାମଣ୍ଡଳ ଆନ୍ଦୋଳନର ଅଗ୍ରଗଣ୍ୟ ସାରଥୀ, ପୂର୍ବତ୍ତନ ଉପମୁଖ୍ୟମନ୍ତ୍ରୀ ମହାନ ସଂଗ୍ରାମୀ ପବିତ୍ର ମୋହନ ପ୍ରଧାନଙ୍କ ଅବଦାନ ଅତୁଳନୀୟ । ସେହି ମହାନ ସଂଗ୍ରାମୀଙ୍କ ସ୍ମୃତିକୁ ସମ୍ମାନ ଜଣାଇ ତାଳଚେରରେ ପବିତ୍ର ମୋହନ ପ୍ରଧାନ ସ୍ମୃତି ପୀଠର ବିକାଶ ସହ ଭୁବନେଶ୍ୱରରେ ତାଙ୍କର ପୂର୍ଣ୍ଣାବୟବ ପ୍ରତିମୂର୍ତିର ସ୍ଥାପନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।

ଏଥିସହ ତାଳଚେର ମେଡିକାଲ କଲେଜ ଓ ହସ୍ପିଟାଲକୁ ତାଙ୍କ ନାମରେ ନାମିତ କରାଯିବ । ସେହିପରି କଣିହାଁଠାରେ ବ୍ରାହ୍ମଣୀ ନଦୀ ଉପରେ ନିର୍ମାଣାଧୀନ ସେତୁକୁ ମଧ୍ୟ ସ୍ୱର୍ଗତ ପ୍ରଧାନଙ୍କ ନାମରେ ନାମିତ କରିବାକୁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି ।

୫ଟି ସଚିବ ଭି.କେ.ପାଣ୍ଡିଆନଙ୍କ ଅନୁଗୋଳ ଗସ୍ତ ସମୟରେ ମହାନ୍ ସଂଗ୍ରାମୀ ସ୍ୱର୍ଗତ ପ୍ରଧାନଙ୍କ ସ୍ମୃତି ରକ୍ଷା ପାଇଁ ମେଡିକାଲ କଲେଜ ହସ୍ପିଟାଲକୁ ତାଙ୍କ ନାମରେ ନାମିତ କରିବା ପାଇଁ ସ୍ଥାନୀୟ ଜନ ସାଧାରଣ ପ୍ରସ୍ତାବ ଦେଇଥିଲେ । ଲୋକଙ୍କ ମତାମତକୁ ସମ୍ମାନ ଜଣାଇ ମୁଖ୍ୟମନ୍ତ୍ରୀ ଏହି ପଦକ୍ଷେପ ନେଇଛନ୍ତି ।

Leave a Reply

Your email address will not be published. Required fields are marked *