ସାତକୋଶିଆରେ ପୁଣି ବ୍ୟାଘ୍ର ପ୍ରକଳ୍ପ। ସାତକୋଶିଆରେ ଅଭୟାରଣ୍ୟରେ ବାଘ ବଂଶ ବୃଦ୍ଧି ପାଇଁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । ପୂର୍ବ ଥର ଏଥିରେ ବିଫଳ ହୋଇଥିଲେ ବି ଏଥର ବନ ବିଭାଗ ତରଫରୁ ୫ ବର୍ଷିଆ ଯୋଜନା କରାଯିବ। ଏଥିପାଇଁ ଜାତୀୟ ବ୍ୟାଘ୍ର ସଂରକ୍ଷଣ କର୍ତ୍ତୃପକ୍ଷ ଅନୁମୋଦନ ଦେଇଥିବା ପିସିସିଏଫ୍ ସୁଶାନ୍ତ ନନ୍ଦ ସୂଚନା ଦେଇଛନ୍ତି। ପାଞ୍ଚବର୍ଷରେ ପର୍ଯ୍ୟାୟ କ୍ରମେ ପ୍ରାୟ ୧୪ଟି ବାଘ ଅଣାଯିବ। ଏହି ବ୍ୟାଘ୍ର ପ୍ରକଳ୍ପ ପାଇଁ ଏନଟିସିଏ ଅନେକଗୁଡ଼ିଏ ସର୍ତ୍ତ ରଖିଛି। ସବୁ ସର୍ତ୍ତ ମାନି ବ୍ୟାଘ୍ର ପ୍ରକଳ୍ପ କାର୍ଯ୍ୟକାରୀ ହେବ ବୋଲି ପିସିସିଏଫ୍ ଶ୍ରୀ ନନ୍ଦ କହିଛନ୍ତି। ସ୍ଥାନୀୟ ବାସିନ୍ଦା ଓ ଜନ ପ୍ରତିନିଧିଙ୍କ ସହ ବିସ୍ତୃତ ଭାବେ ଆଲୋଚନା କରାଯିବ। କୋର ଏରିଆରୁ ସମସ୍ତ ଜନବସତି ଖାଲି କରାଯାଇଛି। ବଫର ଏରିଆରୁ ୬ଟି ଗାଁ ଖାଲି ହୋଇଥିବାବେଳେ ଆଉ କିଛି ଗାଁ ଖାଲି କରାଯିବ ବୋଲି ସେ କହିଛନ୍ତି।
Naxatra News is now on Whatsapp
Join and get latest news update delivered to you via whatsapp
Join Now