ଆଜିଠୁ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ :ଶପଥ ନେବେ ନବନିର୍ବାଚିତ ବିଧାୟକ

Spread the love

ଆଜିଠୁ ବିଧାନସଭାର ୩ ଦିନିଆ ସ୍ବତନ୍ତ୍ର ଅଧିବେଶନ ଆରମ୍ଭ ହେଉଛି । ରାଜ୍ୟର ସମସ୍ତ ନବନିର୍ବାଚିତ ବିଧାୟକ ଶପଥ ନେବେ। ସେମାନଙ୍କୁ ଶପଥ ପାଠ କରାଇବେ ଅସ୍ଥାୟୀ ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ବାଇଁ। ୨୦ ତାରିଖରେ ହେବ ବାଚସ୍ପତି ନିର୍ବାଚନ। ଏଥର ବିଧାନସଭାକୁ ଆସିଛନ୍ତି ରେକର୍ଡ ସଂଖ୍ୟକ ୮୨ ଜଣ ନୂଆ ବିଧାୟକ। ରାଜ୍ୟରେ ବିଜେପି ସରକାର ଗଠନ ହେବା ପରେ ଏହା ହେଉଛି ପ୍ରଥମ ବିଧାନସଭା ଅଧିବେଶନ। ଏହି ତିନିଦିନିଆ ଅଧିବେଶନ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ତ୍ରିସ୍ତରୀୟ କଡ଼ା ସୁରକ୍ଷା ବଳୟ ଭିତରେ ରହିଛି ବିଧାନସଭା। 

Leave a Reply

Your email address will not be published. Required fields are marked *