ଆସନ୍ତାକାଲିଠୁ ବିଧାନସଭାର ଶୀତ କାଳୀନ ଅଧିବେଶନ

ମଙ୍ଗଳବାରଠାରୁ ବିଧାନସଭାର ଶୀତକାଳୀନ ଅଧିବେଶନ । ଡିସେମ୍ବର ୩୧ଯାଏଁ ଚାଲିବାକୁ ଥିବା ଏହି ଅଧିବେଶନରେ ମୋଟ ୩୦ଟି କାର୍ଯ୍ୟ ଦିବସ ରହିଛି।  ଅଧିବେଶନର ପ୍ରଥମ ଦିନରେ ଅର୍ଥାତ ୨୬ରେ ଅତିରିକ୍ତ ବଜେଟ ଉପସ୍ଥାପନ କରିବେ ସରକାର।  ଏହାପୂର୍ବରୁ ସୋମବାର ପୂର୍ବାହ୍ନରେ ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ସର୍ବ ଦଳୀୟ ବୈଠକରେ ଗୃହ କାର୍ଯ୍ୟ ସ୍ୱାଭାବିକ ଏବଂ ସୁରୁଖୁରୁରେ ଚାଲିବା ନେଇ ଆଲୋଚନା ହେବା ସହ ସମସ୍ତଙ୍କର ସହଯୋଗ ଲୋଡ଼ିଥିଲେ ବାଚସ୍ପତି। ସର୍ବଦଳୀୟ ବୈଠକରେ ମୁଖ୍ୟମନ୍ତ୍ରୀ, ବିରୋଧୀ ଦଳ ମୁଖ୍ୟ ସଚେତକ, କଂଗ୍ରେସ ବିଧାୟକ ଦଳ ନେତା ଉପସ୍ଥିତ ରହିଥିଲେ।

ସେପଟେ ସରକାରଙ୍କୁ ଘେରିବାକୁ ବିରୋଧୀଙ୍କ ପାଖରେ ରହିଛି ପୁଳା ପୁଳା ପ୍ରସଙ୍ଗ। ଆମ୍ୱଟାକୁଆ ଜାଉ ଖାଇ ମୃତ୍ୟୁ, ରାୟଗଡ଼ା ଓ ଖପ୍ରାଖୋଲରେ ଶିଶୁ ବିକ୍ରି, ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଦରଦାମ ବୃଦ୍ଧି, ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା, ନାରୀ ନିର୍ଯ୍ୟାତନା,ବାତ୍ୟା ସମୟରେ ପରିଚାଳନାରେ ତ୍ରୁଟି, ଧାନ କିଣାରେ ଅବ୍ୟବସ୍ଥା ଭଳି ପ୍ରସଙ୍ଗ ଗୃହରେ ଉଠାଇବ ବୋଳି କହିଛି ବିଜେଡି। ସେହିପରି କଂଗ୍ରେସ ମଧ୍ୟ ବିଭିନ୍ନ ପ୍ରସଙ୍ଗ ନେଇ ସରକାରଙ୍କୁ ଘେରିବାକୁ ବିଧାୟକ ଦଳ ବୈଠକରେ ପ୍ରସ୍ତୁତ କରିଛି ରଣନୀତି।  ସେପଟେ ବିରୋଧୀଙ୍କୁ କାଉଣ୍ଟର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବିଜେପି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଛି।  

ଏଥର ବିଧାନସଭା ଅଧିବେଶନ ବେଶ୍ ସରଗରମ ହେବ ବୋଲି ଆଶା କରାଯାଉଥିବା ବେଳେ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପୋଲିସ ଡିଜି। ବିଧାନସଭା ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ। ଏବଂ 30 ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ। ସବୁ ଦିଗକୁ ଦୃଷ୍ଟି ରେ ରଖି ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ବୋଲି ସୂଚନା ଦେଇଛନ୍ତି ଡିଜି।

୨୬ ତାରିଖରୁ ଡିସେମ୍ବର ୩୧ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଶୀତକାଳୀନ ଅଧିବେଶନରେ ବିରୋଧୀ ବିଭିନ୍ନ ପ୍ରସଙ୍ଗ ନେଇ ମୋହନ ସରକାରକୁ ଘେରିବାକୁ ସଂପୂର୍ଣ୍ଣ ପ୍ରସ୍ତୁତ ଥିବାବେଳେ ଶାସକ ଦଳ ବି କାଉଣ୍ଟର ଜବାବ ପାଇଁ ପ୍ରସ୍ତୁତ କରିଛି ଷ୍ଟ୍ରାଟେଜି। ହେଲେ କେତେ ଦିନ ସୁରୁଖୁରୁରେ ଗୃହ ଚାଲିପାରୁଛି ତାହା ଉପରେ ସମସ୍ତଙ୍କ ନଜର।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *