ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ

Spread the love

ବଲାଙ୍ଗିର : ଜୁନ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁସାରେ ଗତକାଲି ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟ।ଳୟ ସମ୍ମିଳନୀ କକ୍ଷ ଠାରେ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଚଞ୍ଚଳ ରାଣା, ଆରକ୍ଷୀ ଅଧିକ୍ଷକ ଖିଲାରୀ ରିଷିକେଶ ଦ୍ୟାନଦେଓ, ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ସିଂ, ପି.ଡି. ଡୁଡା ସୁଦର୍ଶନ ସାଏଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ, ବଲାଙ୍ଗିର ଉପଖଣ୍ଡ ଅନ୍ତର୍ଗତ ସମସ୍ତ ବିଡିଓ, ତହସିଲଦାର ମାନେ ଉପସ୍ଥିତ ଥିଲେ । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ବିଭିନ୍ନ ସମସ୍ୟାମୂଳକ ମୋଟ ୧୭୦ ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ତନ୍ମଧ୍ୟରୁ ୧୪୯ ଗୋଟି ବ୍ୟକ୍ତିଗତ ଅଭିଯୋଗମୂଳକ ଦରଖାସ୍ତ ହୋଇଥିବା ବେଳେ ଅବଶିଷ୍ଟ ୨୧ ଗୋଟି ସାମୁହିକ ଦରଖାସ୍ତ ଦାଖଲ ହୋଇଥିଲା । ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଜନସାଧାରଣଙ୍କ ଏହି ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣୀ କରିଥିଲେ । ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମରେ ସାମାଜିକ ସୁରକ୍ଷା ଯୋଜନା ଜରିଆରେ ଲୋଇସିଂହା ବ୍ଲକ ଅନ୍ତର୍ଗତ ବୁର୍ଡା ଗ୍ରାମର ତୁଲା ସାହୁଙ୍କୁ ଶ୍ରବଣ ଯନ୍ତ୍ର ଓ ପୁଇଁତଲା ବ୍ଲକ ଅନ୍ତର୍ଗତ ଶିକାବେହେଙ୍ଗା ଗ୍ରାମର ସଞ୍ଜୁକ୍ତା ଦୀପଙ୍କୁ ଏକ ଟ୍ରାଇ ସାଇକେଲ ପ୍ରଦାନ କରାଯାଇଥିଲା ।

ସେହିପରି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମରେ ଚିକିତ୍ସା ସହାୟତା ବାବଦରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୬ ଜଣଙ୍କୁ ୩୭ ହଜାର ଟଙ୍କାର ଆର୍ଥିକ ସହାୟତା ମଞ୍ଜୁର କରାଯାଇଥିଲା ଓ ଜଣକୁ ଜିଲ୍ଲା ରେଡକ୍ରସ ପାଣ୍ଠି ରୁ ୨୦ ହଜାର ଟଙ୍କାର ଆର୍ଥିକ ସହାୟତା ମଞ୍ଜୁର କରାଯାଇଥିଲା ।

Leave a Reply

Your email address will not be published. Required fields are marked *