ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ

Spread the love

ବଲାଙ୍ଗିର : ଜୁନ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ଅନୁସାରେ ଆଜି ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳ ଙ୍କ କାର୍ଯ୍ୟ।ଳୟ ସମ୍ମିଳନୀ କକ୍ଷ ଠାରେ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ରେ ଜିଲ୍ଲାପାଳ ଚଞ୍ଚଳ ରାଣା , ଆରକ୍ଷୀ ଅଧିକ୍ଷକ ଖିଲାରୀ ରିଷିକେଶ ଦ୍ୟାନଦେଓ ,ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ , ଜିଲ୍ଲା ପରିଷଦ ର ମୁଖ୍ୟ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ସିଂ ,ପିଡି ଡୁଡା ସୁଦର୍ଶନ ସାଏ ଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ,ବଲାଙ୍ଗିର ଉପଖଣ୍ଡ ଅନ୍ତର୍ଗତ ସମସ୍ତ ବିଡିଓ ,ତହସିଲଦାର ମାନେ ଉପସ୍ଥିତ ଥିଲେ । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ରେ ବିଭିନ୍ନ ସମସ୍ୟା ମୂଳକ ମୋଟ ୧୭୦ ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ତନ୍ମଧ୍ୟରୁ ୧୪୯ ଗୋଟି ବ୍ୟକ୍ତିଗତ ଅଭିଯୋଗ ମୂଳକ ଦରଖାସ୍ତ ହୋଇଥିବାବେଳେ ଅବଶିଷ୍ଠ ୨୧ ଗୋଟି ସାମୁହିକ ଦରଖାସ୍ତ ଦାଖଲ ହୋଇଥିଲା । ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଜନସାଧାରଣ ଙ୍କ ଏହି ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣୀ କରିଥିଲେ । ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ରେ ସାମାଜିକ ସୁରକ୍ଷା ଯୋଜନା ଜରିଆରେ ଲୋଇସିଂହା ବ୍ଲକ ଅନ୍ତର୍ଗତ ବୁର୍ଡା ଗ୍ରାମର ତୁଲା ସାହୁ ଙ୍କୁ ଶ୍ରବଣ ଯନ୍ତ୍ର ଓ ପୁଇଁତଲା ବ୍ଲକ ଅନ୍ତର୍ଗତ ଶିକାବେହେଙ୍ଗା ଗ୍ରାମର ସଞ୍ଜୁକ୍ତା ଦୀପ ଙ୍କୁ ଏକ ଟ୍ରାଇ ସାଇକେଲ ପ୍ରଦାନ କରାଯାଇଥିଲା । ସେହିପରି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ରେ ଚିକିତ୍ସା ସହାୟତା ବାବଦରେ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ୬ ଜଣଙ୍କୁ ୩୭ ହଜାର ଟଙ୍କା ର ଆର୍ଥିକ ସହାୟତା ମଞ୍ଜୁର କରାଯାଇଥିଲା ଓ ଜଣଙ୍କୁ ଜିଲ୍ଲା ରେଡକ୍ରସ ପାଣ୍ଠି ରୁ ୨୦ ହଜାର ଟଙ୍କା ର ଆର୍ଥିକ ସହାୟତା ମଞ୍ଜୁର କରାଯାଇଥିଲା ।

Leave a Reply

Your email address will not be published. Required fields are marked *