କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ବାଲେଶ୍ୱର ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

Spread the love

ଭୁବନେଶ୍ୱର : କେନ୍ଦ୍ର ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ, (ସିବିସି) ବାଲେଶ୍ୱର ଶାଖା ଏବଂ ସ୍ଥାନୀୟ ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟ ମିଳିତ ଆନୁକୂଲ୍ୟରେ ଅନ୍ତର୍ଜାତୀୟ ଯୋଗଦିବସ ପାଳିତ ହୋଇଯାଇଛି । ମହାବିଦ୍ୟାଳୟ ପରିସରରେ ଯୋଗ ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କଲେଜ ଅଧ୍ୟକ୍ଷ ଶ୍ରୀ ଦିଲ୍ଲୀପ କୁମାର ଘୋଷ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ଯୋଗ ଶିକ୍ଷକ ତଥା କୁନ୍ତଳା କୁମାରୀ ସାବତ ମହାବିଦ୍ୟାଳୟର ଅଧ୍ୟାପକ ସଞ୍ଜୀବ କୁମାର ତାଲଦି, ଏନଏସଏସ ପ୍ରୋଗ୍ରାମ ଅଧିକାରୀ ସ୍ମୃତିରେଖା ଟୁଡୁ, ସସ୍ମିତା ପଣ୍ଡା, ଅଧ୍ୟାପକ ରଞ୍ଜନ କୁମାର ସାହୁ ପ୍ରମୁଖ ଯୋଗ ଦେଇଥିଲେ। ଯୋଗଦ୍ୱାରା କିଭଳି ଶାରୀରିକ ଏବଂ ମାନସିକ ସୁସ୍ଥତା ହାସଲ କରିହେବ ସେ ବିଷୟରେ ଅତିଥିମାନେ ଅଭିଭାଷଣ ରଖିଥିଲେ। କାର୍ଯ୍ୟକ୍ରମ ପ୍ରାରମ୍ଭରେ ମହାବିଦ୍ୟାଳୟର ପିଲାମାନଙ୍କୁ ନେଇ ଏକ ସଚେତନତା ପଦଯାତ୍ରା ସହର ପରିକ୍ରମା କରିଥିଲା।

କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋର କ୍ଷେତ୍ର ପ୍ରଚାର ଅଧିକାରୀ ନିର୍ମାଲ୍ୟ ବେହେରା କାର୍ଯ୍ୟକ୍ରମରେ ସଭାପତିତ୍ୱ କରିଥିବା ବେଳେ ସହଯୋଗୀ ଖଗେଶ ବାଇପାଇ ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ଦେଇଥିଲେ।

ଯୋଗ ଦିବସ ଉପଲକ୍ଷେ ଆୟୋଜିତ ବକ୍ତୃତା, ପ୍ରବନ୍ଧ ଲିଖନ ଏବଂ ପ୍ରଶ୍ନୋତ୍ତର ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ପ୍ରତିଯୋଗୀମାନଙ୍କୁ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ପକ୍ଷରୁ ପୁରସ୍କାର ଓ ମାନପତ୍ର ପ୍ରଦାନ କରାଯାଇଥିଲା। ଶେଷରେ ଶ୍ରଦ୍ଧା କ୍ରିଏଟିଭ୍ ଆର୍ଟସ୍ ପକ୍ଷରୁ ସଚେତନତାମୂଳକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।

Leave a Reply

Your email address will not be published. Required fields are marked *