ଶ୍ୱାସରୁଦ୍ଧ ହୋଇ ୨ ଶ୍ରମିକଙ୍କ ମୃତ୍ୟୁ

Spread the love

ଭୁବନେଶ୍ୱର : ପାଇଖାନା ଟାଙ୍କି ସଫା କରିବାକୁ ଯାଇ ୨ଜଣ ଶ୍ରମିକ ଶ୍ୱାସରୁଦ୍ଧ ହୋଇ ମୃତ୍ୟୁବରଣ କରିଛନ୍ତି । ଶିଶୁପାଳଗଡ଼ ରଘୁନାଥନଗର ଲେନ୍-୨ରେ ଜଣେ ବ୍ୟକ୍ତିଙ୍କ ପାଇଖାନା ଟାଙ୍କି ସଫା କରିବାକୁ ଆସିଥିଲେ ୨ ଯୁବକ । ହେଲେ ଦୁହେଁ ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇଯାଇଥିଲେ । ଉଭୟଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଥିଲା ଅଗ୍ନିଶମ ବାହିନୀ । ହସ୍ପିଟାଲରେ ଉଭୟଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ ।

Leave a Reply

Your email address will not be published. Required fields are marked *