ଭୁବନେଶ୍ୱର: ସେପ୍ଟେମ୍ବର ଚତୁର୍ଥ ସପ୍ତାହରେ ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ତୃତୀୟ ସପ୍ତାହରେ ପ୍ରଶିକ୍ଷଣ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମରେ ସଙ୍ଗଠନ ମହାମନ୍ତ୍ରୀ ଯୋଗ ଦେବା କାର୍ଯ୍ୟକ୍ରମ ରହିଛି। ସେପ୍ଟେମ୍ବର ୪-୫ ରେ ରାଜ୍ୟ ପ୍ରଭାରୀ ଦୁଇ ଦିନିଆ ଓଡିଶା ଗସ୍ତରେ ଆସିବେ ବୋଲି ସୂଚନା ମିଳିଛି। ଏନେଇ ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି ଯେ, ଏହି ତିନି ପ୍ରମୁଖ ଚେହେରା ସେପ୍ଟେମ୍ବର ମାସରେ ଓଡ଼ିଶା ଆସିବେ।

Naxatra News is now on Whatsapp
Join and get latest news update delivered to you via whatsapp
Join Now