ଗ୍ୟାସ୍ ଦର ହ୍ରାସ ଦାବିରେ ବିଜେଡିର ରାଜଭବନ ଆଗରେ ଧାରଣା

Spread the love

ଭୁବନେଶ୍ୱର : ରନ୍ଧନ ଗ୍ୟାସ ଦର ହ୍ରାସ କରିବା ଦାବିରେ ବୁଧବାର ପୂର୍ବାହ୍ନରେ ରାଜଭବନ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଧାରଣା ଦିଆଯାଇଛି । ଶତାଧିକ ବିଜେଡି କର୍ମୀ ଶୋଭାଯାତ୍ରାରେ ଯାଇ ରାଜଭବନ ସମ୍ମୁଖରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିବା ସହ ଧାରଣା ଦେଇଛନ୍ତି ।

ବିଜେଡି ଅଭିଯୋଗ କରିଛି ଯେ ରନ୍ଧନ ଗ୍ୟାସର ଦରବୃଦ୍ଧି ଯୋଗୁ କେନ୍ଦ୍ର ସରକାରଙ୍କ ଉଜ୍ୱଳା ଯୋଜନା ଅନ୍ଧାର ଯୋଜନାରେ ପରିଣତ ହୋଇଛି । ୨୦୧୪ ମସିହାରେ ଯେଉଁ ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ଦର ୪୧୦ ଟଙ୍କା ଥିଲା ତାହା ଏବେ ୧୧୩୦ ଟଙ୍କାରେ ପହଞ୍ଚିଛି । ନଅ ବର୍ଷରେ ଗ୍ୟାସ ଦର ୩ ଗୁଣା ବଢିଗଲାଣି । ଫଳରେ ଓଡିଶାର ଅନେକ ପରିବାର ଏବେ ସେମାନଙ୍କର ଉଜ୍ୱଳା ସିଲିଣ୍ଡର ଫେରାଇବାରେ ଲାଗିଛନ୍ତି ।ରାଜ୍ୟରମା’ ଏବଂଭଉଣୀମାନଙ୍କ ପାଇଁସର୍ବଦା କାମକରୁଥିବାବିଜୁଜନତାଦଳ ତୁରନ୍ତ ଏଲପିଜିଗ୍ୟାସ ଦର ହ୍ରାସ ପାଇଁ ଦାବିକରି ଆସୁଛି । ହେଲେ କେନ୍ଦ୍ର ସରକାର ଏଥିପ୍ରତି କର୍ଣ୍ଣପାତ କରୁନାହାନ୍ତି । ଯଦି କେନ୍ଦ୍ର ସରକାର ଗ୍ୟାସ ଦର ତୁରନ୍ତ ହ୍ରାସ ନକରନ୍ତି ତେବେ ଆଗାମୀ ଦିନରେ ବିଜୁ ଜନତା ଦଳ ଏହି ପ୍ରତିବାଦ ରାଜ୍ୟର ସମସ୍ତ ଆରଡିସି, ଜିଲ୍ଲାପାଳ, ବ୍ଲକ, ପଞ୍ଚାୟତ ଓ ଗାଁ ସ୍ତରରେ କରିବ ବୋଲି ବିଜେଡି କହିଛି ।

Leave a Reply

Your email address will not be published. Required fields are marked *