ଗ୍ୟାସ ଦର ହ୍ରାସ ଦାବିରେ ଆଜି ରାଜଭବନ ସମ୍ମୁଖରେ ଧାରଣା ଦେବ ବିଜେଡି

Spread the love

ଭୁବନେଶ୍ୱର : ରନ୍ଧନ ଗ୍ୟାସଭଳି ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଯେଭଳି ଅହେତୁକ ଦର ବୃଦ୍ଧି ଘଟୁଛି ଏବଂ ଏହାକୁ ହ୍ରାସ ପାଇଁ ବାରମ୍ବାର ଦାବି କରାଗଲେ ସୁଦ୍ଧା କେନ୍ଦ୍ର ସରକାର ନିରବ ରହୁଛନ୍ତି ତାହାର ପ୍ରତିବାଦରେ ଆଜି (ବୁଧବାର) ପୂର୍ବାହ୍ନ ୧୦ ଘଟିକା ସମୟରେ ରାଜଭବନ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଧାରଣା ଦିଆଯିବ ବୋଲି ବିଜେଡି ମୁଖପାତ୍ର ଶ୍ରୀମତୀ ଶ୍ରୀମୟୀ ମିଶ୍ର ସୂଚନା ଦେଇଛନ୍ତି ।

ମଙ୍ଗଳବାର ଶ୍ରୀମତୀ ମିଶ୍ର କହିଛନ୍ତି ଯେ ରନ୍ଧନ ଗ୍ୟାସର ଦରବୃଦ୍ଧି ଯୋଗୁ କେନ୍ଦ୍ର ସରକାରଙ୍କ ଉଜ୍ୱଳା ଯୋଜନା ଅନ୍ଧାର ଯୋଜନାରେ ପରିଣତ ହୋଇଛି । ୨୦୧୪ ମସିହାରେ ଯେଉଁ ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ଦର ୪୧୦ ଟଙ୍କା ଥିଲା ତାହା ଏବେ ୧୧୩୦ ଟଙ୍କାରେ ପହଂଚିଛି । ନଅ ବର୍ଷରେ ଗ୍ୟାସ ଦର ୩ ଗୁଣା ବଢିଗଲାଣି । ଫଳରେ ଓଡିଶାର ଅନେକ ପରିବାର ଏବେ ସେମାନଙ୍କର ଉଜ୍ୱଳା ସିଲିଣ୍ଡର ଫେରାଇବାରେ ଲାଗିଛନ୍ତି ।

ରାଜ୍ୟରମା’ ଏବଂଭଉଣୀମାନଙ୍କ ପାଇଁସର୍ବଦା କାମକରୁଥିବାବିଜୁଜନତାଦଳ ତୁରନ୍ତ ଏଲପିଜିଗ୍ୟାସ ଦର ହ୍ରାସ ପାଇଁ ଦାବିକରି ଆସୁଛି । ହେଲେ କେନ୍ଦ୍ର ସରକାର ଏଥିପ୍ରତି କର୍ଣ୍ଣପାତ କରୁନାହାନ୍ତି । ଏଭଳି ଦରବୃଦ୍ଧି ତୁରନ୍ତ ପ୍ରତ୍ୟାହାର ଦାବିରେ ବିଜେଡି ପକ୍ଷରୁ ଆସନ୍ତାକାଲି ରାଜଭବନ ସମ୍ମୁଖରେ ଧାରଣା ଦିଆଯିବ । ଯଦି କେନ୍ଦ୍ର ସରକାର ଗ୍ୟାସ ଦର ତୁରନ୍ତ ହ୍ରାସ ନକରନ୍ତି ତେବେ ଆଗାମୀ ଦିନରେ ବିଜୁ ଜନତା ଦଳ ଏହି ପ୍ରତିବାଦ ରାଜ୍ୟର ସମସ୍ତ ଆରଡିସି, ଜିଲ୍ଲାପାଳ, ବ୍ଲକ, ପଂଚାୟତ ଓ ଗାଁ ସ୍ତରରେ କରିବ ବୋଲି ଶ୍ରୀମତୀ ମିଶ୍ର ସୂଚନା ଦେଇଛନ୍ତି ।

Leave a Reply

Your email address will not be published. Required fields are marked *