ଆଜି ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜେ.ପି.ନଡ୍ଡା

Spread the love

ଭୁବନେଶ୍ୱର : ଆଜି ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜଗତ୍ ପ୍ରକାଶ ନଡ୍ଡା । ୨୨ତାରିଖ ଅପରାହ୍ନ ୪ଟାରେ ଶ୍ରୀ ନଡ୍ଡା ଝାରସୁଗୁଡା ବିମାନ ବନ୍ଦରରେ ପହଞ୍ଚିବା ପରେ ଝାରସୁଗୁଡା ଜିଲ୍ଲା କାର୍ଯ୍ୟାଳୟକୁ ସିଧାସଳଖ ଗସ୍ତ କରି ବରଗଡ ଲୋକସଭା କ୍ଷେତ୍ରରେ ପ୍ରମୁଖ କାର୍ଯ୍ୟକର୍ତାଙ୍କ ସହ ବୈଠକ ଓ ଆଲୋଚନା କରିବେ । ଶ୍ରୀ ନଡ୍ଡା ବୁର୍ଲାସ୍ଥିତ ଏମସିଏଲ ଗେଷ୍ଟହାଉସଠାରେ ରାତ୍ରିଯାପନ କରିବେ ବୋଲି ରାଜ୍ୟ ସାଧାରଣ ସମ୍ପାଦକ ଶ୍ରୀ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ।

୨୩ ତାରିଖ ଦିନ ଶ୍ରୀ ନଡ୍ଡା ବୁର୍ଲାରୁ ବାହାରି ସିଧାସଳଖ ଭବାନିପାଟଣାଠାରେ ପହଞ୍ଚିବା ପରେ ଅଧିଷ୍ଟାତ୍ରୀ ଦେବୀ ମାଁ ମାଣିକେଶ୍ୱରୀଙ୍କୁ ଦର୍ଶନ କରି ଆଶୀର୍ବାଦ ନେବେ । ଏହା ପରେ ସ୍ଥାନୀୟ ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମରେ ମୋଦି ସରକାରଙ୍କ ୯ ବର୍ଷ ପୂର୍ତୀ ଅବସରରେ ଅନୁଷ୍ଠିତ ମହାଜନସମ୍ପର୍କ ସମାବେଶରେ ଯୋଗ ଦେବେ । ଏହା ପରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ନଡ୍ଡା ସ୍ଥାନୀୟ ଅଞ୍ଚଳର ବିଶିଷ୍ଟ ବ୍ୟକ୍ତି ଏବଂ କଳାହାଣ୍ଡି ଲୋକସଭା କ୍ଷେତ୍ରର ପ୍ରମୁଖ କାର୍ଯ୍ୟକର୍ତାଙ୍କ ସହ ବୈଠକ ଓ ଆଲୋଚନା କରିବେ । ଅପରାହ୍ନରେ ଶ୍ରୀ ନଡ୍ଡା ଝାରସୁଗୁଡା ଫେରି ଆସି ଦିଲ୍ଲୀ ପ୍ରତ୍ୟାବର୍ତନ କରିବେ ବୋଲି ଶ୍ରୀ ମହାପାତ୍ର ସୂଚନା ଦେଇଛନ୍ତି ।

Leave a Reply

Your email address will not be published. Required fields are marked *