ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିରରେ ଦୂତୀୟଭୋଗ ମଣ୍ଡପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପୂର୍ଣ୍ଣ କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ଓ ଏକ ସ୍ୱତନ୍ତ୍ର ନୀତି ।ଏହି ନୀତି ପାଇଁ ପାଞ୍ଚଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ ।ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ପରେ ସ୍ୱଭାବିକ୍ ହେବ ଦର୍ଶନ ବ୍ୟବସ୍ଥା। ଏନେଇ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସୂଚନା
Naxatra News is now on Whatsapp
Join and get latest news update delivered to you via whatsapp
Join Now