ରାଜଗାଙ୍ଗପୁର ସ୍ଥିତ ଡାଲମିଆ ସିମେଣ୍ଟ କାରଖାନାରେ କୋଇଲା ହପର୍ ଭୁଶୁଡିବା ଘଟଣା । ନିଖୋଜ ଥିବା ସମସ୍ତ ୩ ଶ୍ରମିକଙ୍କ ମୃତଦେହ ଉଦ୍ଧାର ହୋଇଛି। ଶନିବାର ପ୍ରଥମେ ଦୁଇ ଜଣଙ୍କ ମୃତଦେହ ମିଳିଥିବାବେଳେ ପରବର୍ତ୍ତୀ ସମୟରେ ଆଉ ଜଣେ ନିଖୋଜ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଦୀର୍ଘ ୩୬ ଘଣ୍ଟା ର ଅପରେସନ୍ ପରେ ଦୁଇ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି।ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରିନାହିଁ।
ସୂଚନା ମୁତାବକ, ଗୁରୁବାର ସନ୍ଧ୍ୟାରେ ରାଜଗାଙ୍ଗପୁରସ୍ଥିତ ଡାଲମିଆ ସିମେଣ୍ଟ ଭାରତ ଲିମିଟେଡ଼ କାରଖାନାର ଲାଇନ ୨ ପ୍ଲାଣ୍ଟରେ କୋଲ୍ ହପର ଢାଞ୍ଚା ହଠାତ ଭୁଶୁଡ଼ି ପଡ଼ିଥିଲା। ନିୟମିତ ରକ୍ଷଣାବେକ୍ଷଣ ଅଭାବ ଯୋଗୁଁ ଏପରି ଦୁର୍ଘଟଣା ଘଟିଥିବା ଅଭିଯୋଗ ହୋଇଛି। ଖବର ପାଇ ତୁରନ୍ତ ପ୍ରଶାସନ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିଲା।

Naxatra News is now on Whatsapp
Join and get latest news update delivered to you via whatsapp
Join Now