ଓଡ଼ିଶା

ପୂଜାର୍ଚ୍ଚନା ପାଇଁ ଆସିଲା ଧଉରା କାଠ

() ଆଜି ପବିତ୍ର ଶ୍ରୀପଞ୍ଚମୀ।   ପରମ୍ପରା ଅନୁସାରେ ଘୋଷଯାତ୍ରା ପାଇଁ ଆଜିର ତିଥିରେ ତିନି ରଥର କାଠକୁ  ପୂଜାର୍ଚନା କରାଯିବ। ଏଥିପାଇଁ ନୟାଗଡ  ବନଖଣ୍ଡରୁ ଆସିଥିବା କାଠ ମଧ୍ୟରୁ ତିନିଖଣ୍ଡ  ୧୨ ଫୁଟିଆ ଧଉରା କାଠକୁ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ରଖାଯାଇ ସନ୍ଧ୍ୟାରେ ପୂଜାପାଠ କରାଯିବ।  

ରାଜପୁରୋହିତ ଓ ଶ୍ରୋତୀୟ ବ୍ରାହ୍ମଣଙ୍କ ଦ୍ୱାରା ମା ସରସ୍ବତୀଙ୍କ  ନିକଟରେ ସ୍ବତନ୍ତ୍ର ପୂଜା କରାଯିବା ପରେ ରଥଖଳାରେ ତିନିଖଣ୍ଡ ଧଉରା କାଠକୁ ରାଜଗୁରୁ  ଓ ବ୍ରାହ୍ମଣ ମାନେ ବନ୍ଦାପନା ସହିତ ପୂଜା କରିବେ। ଚଳିତବର୍ଷ ରଥଯାତ୍ରା କିଭଳି ଶାନ୍ତି ଶୃଙ୍ଖଳାର  ସହିତ ସମାପନ ହେବ ସେନେଇ ଶ୍ରୀଜୀଉଙ୍କ ନିକଟରେ ପ୍ରାର୍ଥନା କରାଯିବ।

ସେହିପରି ଆସନ୍ତା ରାମନବମୀ ତିଥିରେ ରଥ କାଠ ଚିରଟ ପ୍ରକ୍ରିୟା ଆରମ୍ଭ କରାଯିବାର ବିଧି ରହିଛି। ରଥ ନିର୍ମାଣ ପାଇଁ ମୋଟ ୮୬୫ ଖଣ୍ଡ କାଠର ଆବଶ୍ୟକତା ଥିବା ବେଳେ ପୁରୀରେ ପ୍ରଥମ ପର୍ଯ୍ୟାୟରେ 104 ଖଣ୍ଡ ରଥ କାଠ ଆସି ପହଞ୍ଚିଛି। ସେଥି ମଧ୍ୟରୁ ତିନୋଟି ୧୨ ଫୁଟିଆ ଧଉରା କାଠକୁ ଆଜି ପୂଜାର୍ଚ୍ଚନା କରାଯିବ। ଆସନ୍ତା ଅକ୍ଷୟ ତୃତୀୟା ତିଥିରେ ରଥ ଖଳାରେ ତିନି ରଥର ନିର୍ମାଣ ନେଇ ଅନୁକୂଳ ପୂଜା ପରେ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ।

Leave a Reply

Your email address will not be published.

Back to top button