ଆଜି ବସିବ ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ

ଆଜି ବସିବ ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ୫ଟା ୩୦ରେ ବୈଠକ ଅନୁଷ୍ଠିତ ହେବ । ଏଥିରେ ଜିଲ୍ଲାପାଳ, ଆରକ୍ଷୀ ଅଧୀକ୍ଷକଙ୍କ ସହ ଛତିଶା ନିଯୋଗ ନାୟକ ଓ ସମସ୍ତ ନିଯୋଗର ସଭାପତି ଓ ସମ୍ପାଦକମାନେ ଯୋଗଦେବେ । ଚଳିତ ମାସ ୧୪ ତାରିଖ ଠାରୁ ଆସନ୍ତା ମାସ ୧୫ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା କାର୍ତ୍ତିକ ମାସ ବାଳଧୂପ ଭୋଗ ନୀତି ନିର୍ଘଣ୍ଟ ନେଇ ହେବ ଆଲୋଚନା ।  ସେହିପରି ନାଟମଣ୍ଡପରେ ଏୟାରକଣ୍ଡିସନ ବ୍ୟବସ୍ଥା ନେଇ ବୈଠକରେ ଆଲୋଚନା ହେବ। ରାମ୍ପ ସିଷ୍ଟମ ମାଧ୍ୟମରେ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ପାଇଁ ଓବିସିସିକୁ ଦାୟୁତ୍ୱ ଦିଆଯାଇଥିଲା। ଓବିସିସି ପକ୍ଷରୁ ଏନେଇ ସ୍ୱତନ୍ତ୍ର ଡାଇଗ୍ରାମ କରାଯାଇଛି, ସେ ସମ୍ପର୍କରେ ଛତିଶା ନିଯୋଗ ବୈଠକରେ ଆଲୋଚନା ହେବ।  ଅପରାହ୍ନରେ ବୈଠକ ହେବା ନେଇ ସ୍ଥିରୀକୃତ ହୋଇଥିବା ବେଳେ ବିଭିନ୍ନ ସେବାୟତ ନିଯୋଗର ପ୍ରତିନିଧି ମାନେ ଯୋଗଦାନ କରିବେ ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *