ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Spread the love

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଧ୍ୟାତ୍ମିକ ପରିବେଶରେ ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହି ଯଜ୍ଞରେ ପୁଷ୍ପାଞ୍ଜଳି ଦେବା ସହ ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ।

ଏହି ଅବସରରେ ଏକାମ୍ରକ୍ଷେତ୍ର ବେଦ, ମନ୍ତ୍ର ଓ ପୂଜାପାଠରେ କମ୍ପିବା ସହ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି । ରାଜ୍ୟର ଅନ୍ୟତମ ପ୍ରମୁଖ ଶୈବପୀଠକୁ ଭବ୍ୟ ଓ ସୁନ୍ଦର କରାଯିବା ଲାଗି ଯୋଜନା ପ୍ରସ୍ତୁତ ହୋଇଥିବା ଜଣା ପଡିଛି ।

ମିଳିଥିବା ସୂଚନା ଅନୁସାରେ ସୋମବାର ମାଙ୍ଗଳିକ ଅଙ୍କୁରରୋପଣ ସରିବା ପରେ ମଙ୍ଗଳବାର ପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିର ସମ୍ମୁଖରେ ଗଢ଼ା ହୋଇଥିବା ଯଜ୍ଞ ମଣ୍ଡପରେ ହରିହରାତ୍ମକ ଯଜ୍ଞ ଆରମ୍ଭ ହୋଇଥିଲା। ଭୋର୍ ୪ଟାରୁ ବିନ୍ଦୁସାଗରରୁ କଳସ ଯାତ୍ରା ଓ ଗଙ୍ଗା ଆବାହନ କରାଯାଇଥିଲା। ପରେ ପରେ ଗୁରୁ ପୂଜନ, ପଞ୍ଚକର୍ମ, ସୂର୍ଯ୍ୟପୂଜା, ଗୋପୂଜା, ଧରିତ୍ରୀ ପୂଜା, ବାହ୍ୟଦ୍ୱାର ପୂଜା, ଦୀକ୍ଷା ଗ୍ରହଣ, ଶିଳା ପ୍ରବେଶ ଓ ମଣ୍ଡଳ ପୂଜା ସରିବା ପରେ ପ୍ରାୟ ୨ଟା ବେଳକୁ ଅଗ୍ନି ସ୍ଥାପନ (ହବନ) ଓ ଯଜ୍ଞ କର୍ମ କାର୍ଯ୍ୟ ଆରମ୍ଭ କରାଯାଇଥିଲା। ବେଦବାଚସ୍ପତି ବୀରେନ୍ଦ୍ର କିଶୋର ତ୍ରିପାଠୀଙ୍କ ସହ ୨୫ଜଣ ବ୍ରାହ୍ମଣ ଓ ବେଦପାଠୀମାନେ ଯଜ୍ଞ କରିଥିଲେ ।

Leave a Reply

Your email address will not be published. Required fields are marked *