ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ସାମ୍ବାଦିକଙ୍କ ସ୍ୱାସ୍ଥ୍ୟ ବୀମା ଦୁଇ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି

Spread the love

ଭୁବନେଶ୍ୱର : କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ କାର୍ଯ୍ୟକାରୀ ହୋଇଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ ବୀମା ରାଶିର ପରିମାଣ ଦୁଇ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦିନ ଏହି ଘୋଷଣା କରିଛନ୍ତି । ଏହା ଦ୍ୱାରା ରାଜ୍ୟର ୮୭୧୭ କାର୍ଯ୍ୟରତ ସାମ୍ବାଦିକ ଓ ତାଙ୍କ ପରିବାର ଉପକାର ପାଇବେ ।

ସୂଚନାଯୋଗ୍ୟ ଯେ, ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ କାର୍ଯ୍ୟରତ ସାମ୍ବାଦିକ ଓ ତାଙ୍କ ପରିବାରକୁ ଦୁଇ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳୁଥିଲା । ବର୍ତମାନ ଏହା ପାଞ୍ଚ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇବା ଦ୍ୱାରା ସାମ୍ବାଦିକ ଓ ତାଙ୍କ ପରିବାର ଉନ୍ନତ ଚିକିତ୍ସା ସେବା ପାଇ ପାରିବେ ।

Leave a Reply

Your email address will not be published. Required fields are marked *