ଶ୍ରୀମନ୍ଦିର ୪ ଦ୍ୱାର ଖୋଲିବା ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା….

Spread the love

ଖୋଲିଲା ଶ୍ରୀମନ୍ଦିରର ୪ଦ୍ବାର। ଭକ୍ତଙ୍କ ଦାବି ହେଲା ପୂରଣ। ମହାପ୍ରଭୁଙ୍କ ଦର୍ଶନ ପରେ ଶ୍ରୀମନ୍ଦିର ୪ ଦ୍ୱାର ଖୋଲିବା ନେଇ ପ୍ରତିକ୍ରିୟା ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପ୍ରଥମ କ୍ୟାବିନେଟରେ ୪ଟି ପ୍ରସ୍ତାବରୁ ପ୍ରଥମଟି କାର୍ଯ୍ୟକାରୀ ହୋଇଛି । ପ୍ରଥମ ପ୍ରସ୍ତାବ ଅନୁଯାୟୀ ଶ୍ରୀମନ୍ଦିରର ୪ ଦ୍ୱାର ଖୋଲାଯାଇଛି । ଭକ୍ତଙ୍କ ଆବେଗକୁ ଦୃଷ୍ଟିରେ ରଖି ସରକାରଙ୍କ ଉପସ୍ଥିତିରେ ଆଜି ୪ ଦ୍ୱାର ଖୋଲାହେଲା । ମହାପ୍ରଭୁଙ୍କ ଆଶୀର୍ବାଦରେ ଏହା ସମ୍ଭବ ହେଇଛି, ମହାପ୍ରଭୁଙ୍କ ଇଚ୍ଛାରେ ସବୁକିଛି ହୋଇଥାଏ। ଆଗାମୀ ଦିନରେ ଶୃଙ୍ଖଳିତ ଦର୍ଶନ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

Leave a Reply

Your email address will not be published. Required fields are marked *