ମୁଖ୍ୟମନ୍ତ୍ରୀଙ୍କ ବନ୍ୟା ପରିସ୍ଥିତି ସମୀକ୍ଷା

Spread the love

ଭୁବନେଶ୍ୱର: ସବୁ ପ୍ରକାର ବିପର୍ୟ୍ୟୟରେ ଆମର ନୀତି ହେଉଛି ‘ସବୁ ଜୀବନ ମୂଲ୍ୟବାନ’। ତେଣୁ ଯେପରି କୌଣସି ଗୋଟିଏ ବି ଜୀବନ ହାନୀ ନ ହୁଏ, ଏବଂ ସାଧାରଣ ଜୀବନଯାତ୍ରାରେ କୌଣସି ବ୍ୟାପକ ଅସୁବିଧା ସୃଷ୍ଟି ନ ହୁଏ, ତାକୁ ସୁନିଶ୍ଚିତ କର। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ବନ୍ୟା ପରିସ୍ଥିତି ସମୀକ୍ଷା କରି ଅଧିକାରୀ ମାନଙ୍କୁ ଏହି ମର୍ମରେ ନିର୍ଦ୍ଦେଶ ଦେଇଛନ୍ତି ।
ପରିସ୍ଥିତି ସଂପର୍କରେ ମୁଖ୍ୟ ଶାସନ ସଚିବ ଓ ସ୍ବତନ୍ତ୍ର ରିଲିଫ କମିଶନର ନିୟମିତ ଭାବେ ସମୀକ୍ଷା କରିବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ କ୍ରମାଗତ ଭାବେ ବର୍ଷା ଲାଗି ରହିଥିବାରୁ ମହାନଦୀ ଅବବାହିକା ଅଞ୍ଚଳର ୧୦ଟି ଜିଲ୍ଲାରେ ବନ୍ୟା ହେବାର ସମ୍ଭାବନା ଦେଖାଦେଇଛି । ତେଣୁ ଏହି ୧୦ଟି ଜିଲ୍ଲାର ଜିଲ୍ଲାପାଳ ମାନେ ସତର୍କ ରହିବା ସହିତ ବନ୍ୟା ପରିସ୍ଥିତିକୁ ରୋକିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନେବାକୁ ସେ ପରାମର୍ଶ ଦେଇଥିଲେ ।
ବିପଦସଂକୁଳ ଅଞ୍ଚଳରେ ଥିବା ଲୋକମାନଙ୍କୁ ପ୍ରାଥମିକତା ଭିତ୍ତିରେ ସ୍ଥାନାନ୍ତର କରି ସେମାନଙ୍କୁ ଆବଶ୍ୟକ ରିଲିଫ ଓ ମୌଳିକ ସୁବିଧା ଯୋଗାଇ ଦେବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟସ୍ତରରେ ସଂପୃକ୍ତ ବିଭାଗମାନେ ଜିଲ୍ଲାଗୁଡିକୁ ସମସ୍ତ ପ୍ରକାର ସାହାଯ୍ୟ ତୁରନ୍ତ ଯୋଗାଇ ଦେବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି ।
ବିଭିନ୍ନ ବିଭାଗ ଗୁଡିକୁ ନିର୍ଦ୍ଦେଶ ଦେଇ ଘଊଜୠ, ଙଊଜଇୠ ଓ ୠସକ୍ସର ଝରକ୍ସଙ୍ଖସମର ଟଦ୍ଭସଗ୍ଧ ଗୁଡିକୁ ବିଭିନ୍ନ ବିପଦସଂକୁଳ ସ୍ଥାନଗୁଡିକରେ ସଜାଗ ରଖି ଆବଶ୍ୟକସ୍ଥଳେ ଲୋକଙ୍କ ଉଦ୍ଧାର କାର୍ୟ୍ୟରେ ନିୟୋଜିତ କରାଯିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଥିଲେ।
ହସ୍‌ପିଟାଲ, ଜଳଯୋଗାଣ ଓ ବିଦ୍ୟୁତ ଯୋଗାଣ ବ୍ୟବସ୍ଥା ପରି ଜୀବନ ରକ୍ଷାକାରୀ ସଂସ୍ଥା ଗୁଡିକ ନିରବଚ୍ଛିନ୍ନ ଭାବରେ ସେବା ଯୋଗାଇ ଦେବା, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଗ୍ରାମାଞ୍ଚଳରେ ସ୍ବଚ୍ଛ ପାନୀୟ ଜଳର ବ୍ୟବସ୍ଥା କରିବା, ସ୍ବାସ୍ଥ୍ୟ ବିଭାଗ ପ୍ରଭାବିତ ଅଞ୍ଚଳରେ ଲୋକଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦେବାପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି।
ସେପିପରି ପ୍ରାଣୀଧନର ସୁରକ୍ଷା ପାଇଁ ମତ୍ସ୍ୟ ଓ ପଶୁସଂପଦ ବିଭାଗ ଆବଶ୍ୟକ ସେବା ଯୋଗାଇ ଦେବାକୁ ମଧ୍ୟ ସେ ପରାମର୍ଶ ଦେଇଛନ୍ତି ।
ରାସ୍ତାଘାଟର କ୍ଷତି ହୋଇ ଯଦି ଯୋଗାଯୋଗ ବ୍ୟବସ୍ଥା ବ୍ୟାହତ ହୁଏ, ତେବେ ଇଂଜିନିୟରିଂ ବିଭାଗ ଗୁଡିକ ସେଗୁଡିକର ତୁରନ୍ତ ମରାମତି ପାଇଁ ଆଗୁଆ ବ୍ୟବସ୍ଥା କରିବା ଆବଶ୍ୟକ । ସେହିପରି ଶକ୍ତି ବିଭାଗ ମଧ୍ୟ ବିଦ୍ୟାତ ଯୋଗାଯୋଗ ବ୍ୟାହତ କ୍ଷେତ୍ରରେ ତୁରନ୍ତ ପୁନଃ ସଂଯୋଗ ପାଇଁ ଆଗୁଆ ବ୍ୟବସ୍ଥା କରିବାକୁ ସେ ପରାମର୍ଶ ଦେଇଛନ୍ତି ।
ବୈଠକରେ ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ପି.କେ ଜେନା ପରିସ୍ଥିତି, ପ୍ରସ୍ତୁତି ଓ ପଦକ୍ଷେପ ସଂପର୍କରେ ଉପସ୍ଥାପନା ରଖି କହିଲେ ଯେ ମହାନଦୀର ଉପର ଓ ତଳମୁଣ୍ଡରେ ବର୍ଷା ହୋଇ ୧୦ଟି ଜିଲ୍ଲାରେ ବନ୍ୟା ପରିସ୍ଥିତିର ସମ୍ଭାବନା ଦେଖାଦେଇଛି। ଗତକାଲି ହୀରାକୁଦର ୮ଟି ଗେଟ୍‌ ବନ୍ଦ କରାଯାଇଛି ଏବଂ ବର୍ତ୍ତମାନ ୨୬ଟି ଗେଟ୍‌ ଖୋଲା ରହିଛି । ଏହାଦ୍ବାରା ହୀରାକୁଦର ତଳ ମୁଣ୍ଡରେ ବନ୍ୟା ପରିସ୍ଥିତିର ପ୍ରଭାବ ସାମାନ୍ୟ କମିଛି । ୭ଟି ଜିଲ୍ଲାରେ ୯ଟି ଓଡ୍ରାଫ, ୬ଟି ଜିଲ୍ଲାରେ ୯ଟି ଘଊଜୠ ଟିମ୍‌, ୪୪ଟି ଅଗ୍ନିଶମ ସେବା ୟୁନିଟ୍‌କୁ ସଜାଗ ରଖାଯାଇଛି । ଆଜି ମହାନଦୀର ମୁଣ୍ଡଳୀ ଠାରେ ୧୧.୭୫ ଲକ୍ଷ କ୍ୟୁସେକ ଜଳ ପ୍ରଭାବିତ ହେବ ବୋଲି ସେ ସୂଚନା ଦେଇଥିଲେ।

ସବୁ ଜିଲ୍ଲା ପ୍ରଶାସନକୁ ହାଇ ଆଲର୍ଟରେ ରଖାଯାଇଛି। ୧୦ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଆବଶ୍ୟକ ହେଲେ ସ୍ଥାନାନ୍ତର କରିବା ପାଇଁ ନିର୍ଦ୍ଦେଶ ଦେବା ସହିତ ସେଥିପାଇଁ ପଞ୍ଚାୟତରାଜ ଅନୁଷ୍ଠାନ ଗୁଡିକର ସହାୟତା ନେବା ପାଇଁ ମଧ୍ୟ ପରାମର୍ଶ ଦିଆଯାଇଛି । ଏହାସହିତ ନଦୀବନ୍ଧ ଗୁଡିକ ଉପରେ ନଜର ରଖିବା ଏବଂ ପ୍ରଭାବିତ ଅଞ୍ଚଳରେ ଆବଶ୍ୟସ୍ଥଳେ ଶିକ୍ଷାନୁଷ୍ଠାନ ଗୁଡିକୁ ବନ୍ଦ ରଖିବା ପାଇଁ ମଧ୍ୟ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

Leave a Reply

Your email address will not be published. Required fields are marked *