ବଲାଙ୍ଗିର ଜିଲ୍ଲାର ପାଟଣାଗଡ ଠାରେ ମହାନ ଜନନାୟକ ବିଜୁ ପଟ୍ଟନାୟକ ପ୍ରତିମୂର୍ତ୍ତୀ ପୋଡି ଘଟଣାରେ ମୁଖ୍ୟମନ୍ତ୍ରୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଏହି ଘଟଣାର ତୀବ୍ର ନିନ୍ଦା କରିଛନ୍ତି । ଏହି ଘଟଣାରେ ସଂପୃକ୍ତ ଥିବା ବ୍ୟକ୍ତି ନିଶ୍ଶିତ ଭାବରେ ଜଣେ ହୀନ ଓ ରୁଗଣ ମାନସିକତାର ବ୍ୟକ୍ତି ହୋଇଥିବେ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏ ଘଟଣାରେ ଦୃଡ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ପୋଲିସକୁ ନିର୍ଦ୍ଦେଶ ଦିଆଯାଇଛି । ବର୍ତ୍ତମାନ ସୁଦ୍ଧା ଓ ଘଟଣାରେ ଜଣେ ବ୍ୟକ୍ତି ଗିରଫ ମଧ୍ୟ ହୋଇ ସାରିଛନ୍ତି ଯଦି ଓ ଘଟଣା ପଛରେ କିଛି ଷଡଯନ୍ର ଦୃଢ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟର ସମସ୍ତ ବରୁପୁତ୍ରଙ୍କୁ ରାଜ୍ୟ ସରକାର ସମ୍ମାନ ଦେବାରେ ବିଶ୍ୱାସ କରନ୍ତି ଓ ପୂଜ୍ୟପୂଜା ପାଇଁ ସମସ୍ତ ପଦକ୍ଷେପ ନେଇ ଆସୁଛନ୍ତି । ବିଜୁବାବୁଙ୍କ ପ୍ରତି ତାଙ୍କର ବ୍ୟକ୍ତିଗତ ଭାବେ ଗଭୀର ସମ୍ମାନ ରହି ଆସିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ , ନିକଟରେ ମାର୍ଚ୍ଚ ୫ରେ ବିଜୁ ବାବୁ ଙ୍କ ଜୟନ୍ତୀ କୁ ରାଜ୍ୟ ସ୍ତରରେ ବିଫୁଳ ଉତ୍ସାହର ସହ ପାଳନ କରାଯାଇଥିଲା । ବିଜୁବାବୁଙ୍କ ଶ୍ରାଦ୍ଧା ଦିବସ ମଧ୍ୟ ଏପ୍ରଲି ୧୭ ତାରିଖ ପାଳନ କରାଯବ

Naxatra News is now on Whatsapp
Join and get latest news update delivered to you via whatsapp
Join Now