୧୯ରେ ଗ୍ରୀଡ଼କୋ କାର୍ଯ୍ୟାଳୟ ଘେରିବ କଂଗ୍ରେସ

Spread the love

ଭୁବନେଶ୍ୱର : ରାଜ୍ୟବାସୀଙ୍କୁ ବିଜୁଳିକାଟ ଜନିତ ଯନ୍ତ୍ରଣାରୁ ମୁକ୍ତ କରିବା ଓ ଅବିଚାରିତ ବିଦ୍ୟୁତ ଦେୟର ପରିଣାମ ହ୍ରାସ କରିବା ଦାବିରେ ରାଜ୍ୟ କଂଗ୍ରେସ ପକ୍ଷରୁ ଆସନ୍ତା ୧୯ ତାରିଖ ସୋମବାର ପୂର୍ବାହ୍ନରେ ଭୁବନେଶ୍ୱରସ୍ଥ ଗ୍ରୀଡ଼କୋ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯିବ । ଜନସାଧାରଣଙ୍କ ସ୍ୱାର୍ଥ ଦୃଷ୍ଟିରୁ ଆସନ୍ତା ୧୯ ତାରିଖ ଗ୍ରୀଡ଼କୋ କାର୍ଯ୍ୟାଳୟ ଘେରାଉ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ରାଜ୍ୟ କଂଗ୍ରେସର ବରିଷ୍ଠ ନେତୃବୃନ୍ଦ,ଦଳର ସମସ୍ତ ଛାମୁଆ ସଂଗଠନ ଏବଂ ପ୍ରକୋଷ୍ଠ ଓ ବିଭାଗର ସମସ୍ତ କର୍ମକର୍ତାଙ୍କୁ ଯୋଗଦେବା ପାଇଁ ପିସିସି ସଭାପତି ନିବେଦନ କରିଛନ୍ତି ।

Leave a Reply

Your email address will not be published. Required fields are marked *