ଓଡ଼ିଶାପାଣିପାଗ ଓ ପରିବେଶ

ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଗତକାଲି ଦକ୍ଷିଣ- ଓଡିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟି ହୋଇଥିବା ସୁଦୃଶ ଲଘୁଚାପ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହୋଇଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେହିପରି ମୌସୁମୀ ନିମ୍ନ ଚାପରେଖା ଦକ୍ଷିଣ ଭାଗରୁ ଧୀରେ ଧୀରେ ତାର ସାଧାରଣ ଅବସ୍ଥାନକୁ ଫେରୁଥିବାରୁ ରାଜ୍ୟରେ ୩୦ ରୁ ବିସ୍ତୃତି ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ ସେମି)ର ସମ୍ଭାବନା ରହିଛି । ନୂଆପଡ଼ା, ନବରଙ୍ଗପୁର,ବଲାଙ୍ଗୀର, କଳାହାଣ୍ଡି, ମାଲକାନଗିରି ଓ କୋରାପୁଟ ପ୍ରଭୃତି ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂଜାରି କରିଛି ପାଣିପାଗ ବିଭାଗ ।

ସେହିପରି ଶୁକ୍ରବାର ଦିନ ନୂଆପଡା, ବରଗଡ, ବଲାଙ୍ଗିର, ସମ୍ବଲପୁର, କେନ୍ଦୁଝର ଓ ମୟୁରଭଂଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏହି ଜିଲ୍ଲାଗୁଡିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Leave a Reply

Your email address will not be published.

Back to top button