ବିଜେଡି ସାଙ୍ଗଠନିକ ନିର୍ବାଚନରେ ୧୮ ଜିଲ୍ଲାର ସଭାପତି ଚୟନ ସରିଛି । ସୂଚନା ମୁତାବକ, ପୁରୀ ଜିଲ୍ଲା ବିଜେଡି ସଭାପତି ଭାବେ ଉମା ସାମନ୍ତରାୟ ନିର୍ବାଚିତ ହେଇଛନ୍ତି। ସେହିପରି ବରଗଡ଼ ଜିଲ୍ଲା ପାଇଁ ସୁଶାନ୍ତ ମହାପାତ୍ର, ଭଦ୍ରକ ଜିଲ୍ଲା ପାଇଁ ଜଗନ୍ନାଥ ସ୍ୱାଇଁ, ବୌଦ୍ଧ ଜିଲ୍ଲା ପାଇଁ ପୂର୍ବତନ ବାଚସ୍ପତି ପ୍ରଦୀପ ଅମାତ ବିଜେଡି ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି । ଏହାସହ ଦେବଗଡ଼ ଜିଲ୍ଲାର ବିଜେଡି ସଭାପତି ଭାବେ ବିଧାୟକ ରୋମାଞ୍ଚ ରଞ୍ଜନ ବିଶ୍ୱାଳ, ଗଜପତି ପାଇଁ ପ୍ରଦୀପ ନାୟକ, ଜଗତସିଂହପୁର ପାଇଁ ପ୍ରଶାନ୍ତ ମୁଦୁଲି, ଯାଜପୁର ପାଇଁ ସରୋଜ ମହାପାତ୍ର, ଝାରସୁଗୁଡା ପାଇଁ ହରିଶ ଗଣତ୍ରା, କନ୍ଧମାଳ ପାଇଁ ପଦ୍ମନାଭ ବେହେରା ଆଉ ମାଲକାନଗିରି ଜିଲ୍ଲା ପାଇଁ ମାନସ ମାଡକାମୀ ବିଜେଡି ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି । ଏବେ ବି ଆଉ ୧୨ ଜିଲ୍ଲାର ସଭାପତିଙ୍କ ନାମ ଚୟନ ହେବା ବାକି ରହିଛି। ତେବେ କିଏ ସଭାପତି ଭାବେ ମନୋନିତ ହେବେ ତାକୁ ନେଇ କଳ୍ପନାଜଳ୍ପନା ଜାରି ରହିଛି।

Naxatra News is now on Whatsapp
Join and get latest news update delivered to you via whatsapp
Join Now