ହୀରାକୁଦ ଜଳଭଣ୍ଡାରରୁ ୧୨ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରୀ

Spread the love

ସମ୍ବଲପୁର : ହୀରାକୁଦ ଜଳଭଣ୍ଡାରରୁ ୧୨ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରୀ ରହିଛି । ଡ଼୍ୟାମ୍ ର ବାମ ପାର୍ଶ୍ଵ ଡାଇକ୍ ର ୮ଟି ଓ ଡାହାଣ ପାର୍ଶ୍ଵ ଡାଇକ୍ ର ୪ଟି ସ୍ଲୁଇସ୍ ଗେଟ୍ ଦେଇ ମହାନଦୀକୁ ବନ୍ୟାଜଳ ଛଡାଯାଉଛି ।

ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୧ ଲକ୍ଷ ୧୫ ହଜାର ୦୦୫ ଘନଫୁଟ୍ ଜଳ ପ୍ରବେଶ କରୁଛି । ସେହି ସମୟରେ ମୋଟ୍ ୧୨ଟି ସ୍ଲୁଇସ୍ ଗେଟ୍, ଅନ୍ୟାନ୍ୟ ପାୱାର ଚାନେଲ ଓ ସ୍ପିଲୱେ ଦେଇ ପ୍ରତି ସେକେଣ୍ଡରେ ୨ ଲକ୍ଷ ୧୫ ହଜାର ୩୧୪ ଘନଫୁଟ୍ ରୁ ଉର୍ଦ୍ଧ୍ଵ ଜଳ ମହାନଦୀକୁ ଛଡାଯାଉଛି । ବନ୍ଧର ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ଜଳଭଣ୍ଡାରର ଜଳ ପତନ ବୁଧବାର ଦିନ ୧୨ଟା ସୁଦ୍ଧା ୬୧୨.୦୦ ଫୁଟ୍ ରହିଥିବା ହୀରାକୁଦ ନଦୀବନ୍ଧ କର୍ତୃପକ୍ଷଙ୍କ ସୂତ୍ରରୁ ଜଣାପଡିଛି । ଜଳ ଭଣ୍ଡାରର ଜଳ ପତନ ଉପରେ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ ଓ ବିଶେଷଜ୍ଞ ମାନେ ତୀକ୍ଷ୍ନ ଦୃଷ୍ଟି ରଖିଛନ୍ତି ।

ଗତ ୨୪ ଘଣ୍ଟାରେ ଜଳ ଭଣ୍ଡାରର ଉପର ମୁଣ୍ଡରେ ୦୦.୧୨ ମି.ମି. ବର୍ଷା ରେକର୍ଡ଼ ହୋଇଥିବା ବେଳେ ତଳ ମୁଣ୍ଡରେ ୮.୧୫ ମି.ମି. ବର୍ଷା ରେକର୍ଡ଼ ହୋଇଥିବା ହୀରାକୁଦ ନଦୀବନ୍ଧ କର୍ତୃପକ୍ଷଙ୍କ ସୂତ୍ରରୁ ପ୍ରକାଶ ।

ଏଠାରେ ଉଲ୍ଲେଖଯୋଗ୍ୟ, ୨୩ ତାରିଖ ଠାରୁ ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ମହାନଦୀକୁ ଛଡାଯିବା ଆରମ୍ଭ ହୋଇଛି ।

Leave a Reply

Your email address will not be published. Required fields are marked *