ହୀରାକୁଦ ଜଳଭଣ୍ଡାରରୁ ୨ ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରୀ

Spread the love

ସମ୍ବଲପୁର : ହୀରାକୁଦ ଜଳଭଣ୍ଡାରରୁ ୨ ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରୀ ରହିଛି । ଡ଼୍ୟାମ୍ ର ବାମ ପାର୍ଶ୍ଵ ଡାଇକ୍ ର ଗୋଟିଏ ଓ ଡାହାଣ ପାର୍ଶ୍ଵ ଡାଇକ୍ ର ଗୋଟିଏ ସ୍ଲୁଇସ୍ ଗେଟ୍ ଦେଇ ମହାନଦୀକୁ ବନ୍ୟାଜଳ ଛଡାଯାଉଛି । ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୯୯ ହଜାର ୩୨୧ ଘନଫୁଟ୍ ଜଳ ପ୍ରବେଶ କରୁଛି । ସେହି ସମୟରେ ମୋଟ୍ ୨ଟି ସ୍ଲୁଇସ୍ ଗେଟ୍,ଅନ୍ୟାନ୍ୟ ପାୱାର ଚାନେଲ ଓ ସ୍ପିଲୱେ ଦେଇ ପ୍ରତି ସେକେଣ୍ଡରେ ୬୮ ହଜାର ୬୯୬ ଘନଫୁଟ୍ ରୁ ଉର୍ଦ୍ଧ୍ଵ ଜଳ ମହାନଦୀକୁ ଛଡାଯାଉଛି । ବନ୍ଧର ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ଜଳଭଣ୍ଡାରର ଜଳ ପତନ ମଙ୍ଗଳବାର ଦିନ ୧୨ଟା ସୁଦ୍ଧା ୬୦୮.୧୭ ଫୁଟ୍ ରହିଥିବା ହୀରାକୁଦ ନଦୀବନ୍ଧ କର୍ତୃପକ୍ଷଙ୍କ ସୂତ୍ରରୁ ଜଣାପଡିଛି । ଜଳ ଭଣ୍ଡାରର ଜଳ ପତନ ଉପରେ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ ଓ ବିଶେଷଜ୍ଞ ମାନେ ତୀକ୍ଷ୍ନ ଦୃଷ୍ଟି ରଖିଛନ୍ତି ।

ଗତ ୨୪ ଘଣ୍ଟାରେ ଜଳ ଭଣ୍ଡାରର ଉପର ମୁଣ୍ଡରେ ୧୦.୭୮ ମି.ମି. ବର୍ଷା ରେକର୍ଡ଼ ହୋଇଥିବା ବେଳେ ତଳ ମୁଣ୍ଡରେ ୧୩.୨୧ ମି.ମି. ବର୍ଷା ରେକର୍ଡ଼ ହୋଇଥିବା ହୀରାକୁଦ ନଦୀବନ୍ଧ କର୍ତୃପକ୍ଷଙ୍କ ସୂତ୍ରରୁ ପ୍ରକାଶ ।

ଏଠାରେ ଉଲ୍ଲେଖଯୋଗ୍ୟ,୨୩ ତାରିଖ ଠାରୁ ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ମହାନଦୀକୁ ଛଡାଯିବା ଆରମ୍ଭ ହୋଇଛି । ୨୮ ତାରିଖ ସକାଳ ୯ଟା ସୁଦ୍ଧା ୮ଟି ସ୍ଲୁଇସ୍ ଗେଟ୍ ଦେଇ ଜଳ ଭଣ୍ଡାରରୁ ଜଳ ନିଷ୍କାସନ କରାଯାଉଥିବା ବେଳେ ଉପର ମୁଣ୍ଡରେ ବର୍ଷାର ପରିମାଣ କମିବାରୁ ଏହାକୁ ଦୃଷ୍ଟିରେ ରଖି ପରବର୍ତି ସମୟରେ ୬ଟି ସ୍ଲୁଇସ୍ ଗେଟ୍ (ବାମ ପାର୍ଶ୍ଵରୁ ୫ଟି,ଡାହାଣ ପାର୍ଶ୍ଵରୁ ଗୋଟିଏ)କୁ ବନ୍ଦ କରାଯାଇଥିଲା ।

Leave a Reply

Your email address will not be published. Required fields are marked *