ମହାପ୍ରଭୁଙ୍କୁ ଲାଗି ହେବ ଘଣା ଓ ଖଳି

ଆଜି ମହାପ୍ରଭୁଙ୍କ ଅଣସରର ତ୍ରୟୋଦଶୀ ତିଥି। ଏହି ଅବସରରେ ମହାପ୍ରଭୁଙ୍କ ଘଣା ଏବଂ ଖଳି ପ୍ରସାଦ ଲାଗି ନୀତି କରାଯିବ । ଅଣସର ତ୍ରୟୋଦଶୀରେ ଘଣା ଲାଗି ଓ ଶ୍ରୀପୟର ମୁଦ ଉପଲକ୍ଷେ ପାଟଡୋର , ଖଳି ପ୍ରସାଦ ଓ ଖଡ଼ି ପ୍ରସାଦ ଲାଗି ହେବ । ଅଣସର ଗୃହରେ ସମ୍ପୂର୍ଣ୍ଣ ଗୋପନୀୟ ଭାବେ ଶ୍ରୀଜୀଉ ମାନଙ୍କୁ ଘଣା ଲାଗି ପରେ ଖଳି ଲାଗି ଓ ତତ୍ପରେ ଖଡ଼ି ଲାଗି ହେବ । ଆଜି ଘଣ୍ଟ, ଛତା, କାହାଳି ସହ ଖଳି ପ୍ରସାଦ ଶୁଦ୍ଧ ସୁଆରଙ୍କ ଘରଠାରୁ ଶ୍ରୀମନ୍ଦିରକୁ ବିଜେ କରାଯିବ। ଶୁଦ୍ଧ ସୁଆରଙ୍କଦ୍ୱାରା ପ୍ରସ୍ତୁତ ଏହି ଦିବ୍ୟ ପ୍ରଲେପକୁ ରୁପା ପିଂଗଣରେ ରଖି ଦଇତାପତି ସେବକ ଶ୍ରୀଅଙ୍ଗରେ ଲାଗି କରିବେ । ଭିତର ଖଳି ଲାଗି ପୂର୍ବରୁ ପ୍ରଭୁଙ୍କ ଘଣା ଲାଗି ଗୋପନ ନୀତି ସଂପନ୍ନ ହେବ । ଏଥିପୂର୍ବରୁ ବିଗ୍ରହଙ୍କୁ ଗୋପନ ସେବାରେ ରକ୍ତ ବସ୍ତ୍ର ଆବରଣ କରାଯିବ । ଶୁଦ୍ଧସୁଆର ଖଳିପ୍ରସାଦକୁ ନେଇ ଦଇତାପତିଙ୍କୁ ହସ୍ତାନ୍ତର କରିବା ପରେ ଆଜି ବିଳମ୍ବିତ ରାତିରେ ଏହି ଖଳିକୁ ଶ୍ରୀବିଗ୍ରହଙ୍କୁ ଦଇତାପତି ମାନେ ଲାଗି କରିବେ ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *