ରାଜ୍ୟବାସୀଙ୍କ ପାଇଁ ଖୁସି ଖବର। ଆସିଲା ସୁଭଦ୍ରା ଯୋଜନା ପାଇଁ ଗାଇଡଲାଇନ। ମହିଳା ଓ ଶିଶୁ ବିକାଶ ବଭାଗ ପକ୍ଷରୁ ଗାଇଡଲାଇନ ଜାରି କରାଯାଇଛି। ସୁଭଦ୍ରା ଯୋଜନା ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାରେ କାର୍ଯ୍ୟକାରୀ ହେବ । ଆବେଦନକାରୀ ଓଡ଼ିଶା ବାସିନ୍ଦା ହୋଇଥିବା ଆବଶ୍ୟକ । ୨୧ରୁ ଅଧିକ ୬୦ ବର୍ଷରୁ କମ୍ ବୟସ୍କ ମହିଳା ସୁଭଦ୍ରା ଯୋଜନା ପାଇଁ ଆବେଦନ କରିପାରିବେ। ଆଧାରକାର୍ଡରେ ଥିବା ଜନ୍ମ ତାରିଖକୁ ଗ୍ରହଣ କରାଯିବ ବୋଲି ସୂଚନା ଜାରି ରହିଛି । ସୁଭଦ୍ରା ଯୋଜନା ନେଇ ୨ ଦିନ ପୂର୍ବରୁ ଏସଓପି ଜାରି କରିଥିଲେ ରାଜ୍ୟ ସରକାର। ଏବେ ଏନେଇ ଗାଇଡଲାଇନ ଜାରି କରାଯାଇଛି ।

Naxatra News is now on Whatsapp
Join and get latest news update delivered to you via whatsapp
Join Now