ହସ୍ତତନ୍ତ ଉତ୍ପାଦନ ୪୧୦.୩୭ କୋଟି ଟଙ୍କାକୁ ବୃଦ୍ଧି ପାଇଛି : ମନ୍ତ୍ରୀ

Spread the love

ଭୁବନେଶ୍ୱର : ବୁଣାକାରଙ୍କ ବାର୍ଷିକ ମୁଣ୍ଡପିଛା ଆୟ ୫୮ ହଜାର ୮୫ ଟଙ୍କା ହୋଇପାରିଛି । ସାମାଜିକ ସୁରକ୍ଷା ଯୋଜନାରେ ୧୪୪୭ ଜଣ ବୁଣାକାର ସାମିଲ ହୋଇଛନ୍ତି । ହସ୍ତତନ୍ତ ଉତ୍ପାଦନ ୪୧୦.୩୭ କୋଟି ଟଙ୍କାକୁ ବୃଦ୍ଧି ପାଇଛି । ୨୦୨୩ରେ ବିଭାଗ ଦ୍ୱାରା ରୂପାନ୍ତରିତ ଦେୟ ବାବଦକୁ ବୁଣାକାରମାନଙ୍କୁ ୧୪୬.୪୦ କୋଟି ଟଙ୍କା ପ୍ରଦାନ କରାଯାଇଛି । ବୟନିକାର ବାର୍ଷିକ କାରବାର ୧୬୨.୧୪ କୋଟି ଟଙ୍କା ହୋଇଥିବାବେଳେ ସମ୍ବଲପୁରୀ ବସ୍ତ୍ରାଳୟ ୭୧.୨୪ କୋଟି ଟଙ୍କା, ଉତ୍କଳିକା ୧୭.୭୯ କୋଟି ଟଙ୍କା ଓ ଅମ୍ଳାନ ୪.୪୬ କୋଟି ଟଙ୍କା ବାର୍ଷିକ କାରବାର କରିଛି ବୋଲି ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ମନ୍ତ୍ରୀ ଶ୍ରୀମତୀ ରୀତା ସାହୁ ସୂଚନା ଦେଇଛନ୍ତି ।

ସେ କହିଛନ୍ତି ହସ୍ତଶିଳ୍ପର ବାର୍ଷିକ କାରବାର ୧୪୫.୩୪ କୋଟି ଟଙ୍କାକୁ ବୃଦ୍ଧି ପାଇଛି । ୯ଟି ହସ୍ତତନ୍ତ ଓ ୩ଟି ହସ୍ତଶିଳ୍ପ ଉତ୍ପାଦ ଜିଆଇ ଟ୍ୟାଗ୍ ପାଇଛନ୍ତି । ଆଉ ୫ଟି ହସ୍ତଶିଳ୍ପକୁ ଜିଆଇ ଟ୍ୟାଗ୍ ମିଳିବା ନିମନ୍ତେ ବିଭାଗ ପକ୍ଷରୁ ଆବେଦନ କରାଯାଇଛି । ୧୮ ହଜାର ୬୧୧ ରେଶମ ଚାଷୀ ସମବାୟ ସମିତିର ସଦସ୍ୟ ଭାବେ ଅନ୍ତର୍ଭୁକ୍ତ ହୋଇଛନ୍ତି । ଟସର ସିଲକ୍ ଉତ୍ପାଦନ ୧୨୯.୦୯ ମେଟ୍ରିକ୍ ଟନ୍ କୁ ବୃଦ୍ଧି ପାଇଛି । ବିଭାଗର ବିଭିନ୍ନ ପଦକ୍ଷେପ ସମ୍ବନ୍ଧରେ ବିଶଦ ସୂଚନା ଦେଇ ବିଭାଗୀୟ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ କହିଲେ ଯେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମହିଳାମାନଙ୍କୁ ସଶକ୍ତ କରିବା ଦିଗରେ ପ୍ରମୁଖ ଭୂମିକା ଗ୍ରହଣ କରିଛି । ୬୦,୭୭୩ ମହିଳା ବୁଣାକାର ୨୦୫୫ଟି ତନ୍ତକୁ ସ୍ୱତନ୍ତ୍ର ରୂପେ ଉପଯୋଗ କରି ଆର୍ôଥକ ଦୃଷ୍ଟିରୁ ସଶକ୍ତ ହୋଇପାରିଛନ୍ତି । ୬୫୮ଟି ହସ୍ତତନ୍ତ ସ୍ୱୟଂ ସହାୟକ ଗୋଷ୍ଠୀ ଅଧିନରେ ୭୭୩୭ ମହିଳା ବୟନ କାର୍ଯ୍ୟରେ ଅଂଶଗ୍ରହଣ କରିପାରିଛନ୍ତି । ସେହିଭଳି ହସ୍ତଶିଳ୍ପ କ୍ଷେତ୍ରରେ ୮୯,୫୫୬ ମହିଳା ହସ୍ତଶିଳ୍ପୀ ରାଜ୍ୟରେ କାର୍ଯ୍ୟରତ । ୯୩୯ ଟି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ହସ୍ତଶିଳ୍ପ ପ୍ରସ୍ତୁତ କରି ଆର୍ôଥକ ଦୃଷ୍ଟିରୁ କ୍ଷମତାପନ୍ନ ହୋଇଛନ୍ତି ।

ମୁଖ୍ୟମନ୍ତ୍ରୀ ବୟନ ଜ୍ୟୋତି ଯୋଜନାରେ ୯୦୪୧ ଜଣ ବୁଣାକାର ଲାଭ ପାଇପାରିଛନ୍ତି । ଏହି ଯୋଜନାରେ ୧୧୪୯ ଜଣ ମହିଳା ହିତାଧିକାରୀ ଅଛନ୍ତି । ୬୦ରୁ ଊର୍ଦ୍ଧ୍ୱ ବୁଣାକାରଙ୍କୁ ମାସିକ ପେନ୍‌ସନ୍ ପ୍ରଦାନ କରାଯାଇଛି ।ବର୍ଷାଋତୁରେ ବୁଣାକାରମାନଙ୍କୁ ସୁବିଧାରେ ବୁଣାକାର୍ଯ୍ୟ କରିବା ପାଇଁ ଏହା ସାହାଯ୍ୟ କରିଥାଏ । ୩୦ ହଜାର ୭୧ଟି ତନ୍ତଗର୍ତ୍ତ ମଧ୍ୟରୁ ୨୫ ହଜାର ୭୨୪ଟି ଅନ୍ତଗର୍ତ୍ତର ଢଳେଇ କାର୍ଯ୍ୟ ସଂପୂର୍ଣ୍ଣ ହୋଇଛି । ବାକି କାର୍ଯ୍ୟ ୨୦୨୩-୨୪ରେ ଶେଷ ହେବ । ୨୦୦୦ ମସିହାରୁ ବର୍ତମାନ ପର୍ଯ୍ୟନ୍ତ ୫୭,୭୨୭ କାରିଗରଙ୍କୁ ଦକ୍ଷତା ତାଲିମ ଦିଆଯାଇଛି । ଶିଳ୍ପୀ ଉନ୍ନତି ଯୋଜନାରେ ହସ୍ତଶିଳ୍ପ ୟୁନିଟ୍ ସ୍ଥାପନ ପାଇଁ ବ୍ୟାଙ୍କ ଋଣ ନେବା ପାଇଁ ୨୦% ମାର୍ଜିନ୍ ରାଶି ସହାୟତା ୨୦ ହଜାର ଟଙ୍କା ପର୍ଯ୍ୟନ୍ତ ଯୋଗାଇ ଦିଆଯାଇଛି । ୨୦୦୦ ମସିହାଠାରୁ ବର୍ତମାନ ସୁଦ୍ଧା ୧୩,୬୧୮ ହସ୍ତଶିଳ୍ପ କାରିଗର ଏହି ଯୋଜନାରୁ ଲାଭ ଉଠାଇଛନ୍ତି । ହସ୍ତଶିଳ୍ପ କାରିଗରଙ୍କୁ ନିଜସ୍ୱ କର୍ମଶାଳା ତଥା ବାସଗୃହ ନିର୍ମାଣ ପାଇଁ ଅଣଆଇଓପି ଜିଲ୍ଲାରେ ୧ ଲକ୍ଷ ୨୦ ହଜାର ଟଙ୍କା ଏବଂ ଆଇଓପି ଜିଲ୍ଲାରେ ୧ ଲକ୍ଷ ୩୦ ହଜାର ଟଙ୍କା ଆର୍ôଥକ ସହାୟତା ଯୋଗାଇ ଦିଆଯାଇଛି । ବର୍ତ୍ତମାନ ସୁଦ୍ଧା ୧୦୪୫ ଜଣ ହସ୍ତଶିଳ୍ପୀ କାରିଗରଙ୍କୁ ଆର୍ôଥକ ସହାୟତା ପ୍ରଦାନ କରାଯାଇପାରିଛି ।

ରାଜ୍ୟର ଟସର ସିଲ୍‌କ ପାର୍କ ମଡେଲକୁ ଜାତୀୟ ସ୍ୱୀକୃତି ମିଳିଛି । ବୟନିକାକୁ ଆଚିଭର୍ସ ଅଫ୍ ଓଡ଼ିଶା, ଓଡ଼ିଶା ବିଜିନେସ୍ ଆୱାର୍ଡ-୨୦୧୭, ଷ୍ଟେଟ୍ ବିଜିନେସ୍ ଆୱାର୍ଡ-୨୦୨୩ରେ ସମ୍ମାନିତ କରାଯାଇଛି । ସିଡାକ୍‌?କୁ ସେଂଟର ଅଫ୍ ଏକ୍ସଲେନ୍ସ ପୁରସ୍କାର ସହିତ ୨୦୧୧, ୨୦୧୯ ଓ ୨୦୨୨ ମସିହାରେ ଅନ୍ତର୍ଜାତୀୟ ପ୍ରଦର୍ଶନୀ ‘ଇଣ୍ଡିଆ ଷ୍ଟୋନ୍‌?ମାର୍ଟ’ରେ ‘ବେଷ୍ଟ ଇନୋଭେଟିଭ୍ ଡିସ୍‌ପ୍ଲେ ଆୱାର୍ଡ ମିଳିଛି ।

ସାମ୍ବାଦିକ ସମ୍ମିଳନୀରେ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ ପାୱାର ପଏଂଟ ମାଧ୍ୟମରେ ବିଭାଗ ପକ୍ଷରୁ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ଏବଂ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ କ୍ଷେତ୍ରରେ କାର୍ଯ୍ୟ କରୁଥିବା କାରିଗରମାନଙ୍କ ସାମାଜିକ, ଆର୍ôଥକ ଉନ୍ନତିର ଏକ ସ୍ପଷ୍ଟ ଚିତ୍ର ଉପସ୍ଥାପନ କରିଥିଲେ ।

Leave a Reply

Your email address will not be published. Required fields are marked *