ଗଞ୍ଜାମ ଦିଗପହଣ୍ଡିରେ ଦୁଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା, ୧୨ ମୃତ, ଆହତ ୮

ଭୁବନେଶ୍ୱର : ଗଞ୍ଜାମ ଜିଲ୍ଲାର ଦିଗପହଣ୍ଡି ନିକଟରେ ଗତ ମଧ୍ୟରାତ୍ରିରେ ଘଟିଥିବା ଏକ ବଡ଼ ଦୁର୍ଘଟଣାରେ10 ଜଣଙ୍କର ମୃତ୍ୟୁ ହୋଇଥିବା ଜଣା ପଡିଛି । ଏହା ସହିତ ୮ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ଗୁରୁତରଙ୍କୁ ଉଦ୍ଧାର କରାଯାଇ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି।

ମିଳିଥିବା ପ୍ରାଥମିକ ସୂଚନା ଅନୁସାରେ, ରାୟଗଡ଼ାରୁ ଭୁବନେଶ୍ୱର ଯାଉଥିବା ଓଏସ୍ଆର୍ଟିସି (OSRTC) ବସ ଓ ଏକ ବିବାହ କାର୍ଯ୍ୟକ୍ରମ ସାରି ଘରୋଇ ମିନିବସ୍ ସହ ମୁହାଁମୁହିଁ ଧକ୍କା ହେବାରୁ ଏହି ଅଘଟଣ ଘଟିଛି ବୋଲି ଖବର ମିଳିଛି । ଘଟଣା ସମ୍ପର୍କରେ ଖବର ପାଇ ସ୍ଥାନୀୟ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ବ୍ରହ୍ମପୁର ଏମ୍କେସିଜି ମେଡିକାଲରେ ଭର୍ତ୍ତି କରିଛନ୍ତି। ସେଠାରେ ସେମାନଙ୍କର ଚିକିତ୍ସା ଜାରି ରହିଛି। ଅନେକଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ସୂଚନା ମିଳିଛି। ଜିଲ୍ଲା ପ୍ରଶାସନ ପକ୍ଷରୁ ଆହତମାନଙ୍କୁ ୩୦ ହଜାର ଟଙ୍କାର ସହାୟତା ଯୋଗାଇ ଦିଆଯାଇଥିବା ଏସଆରସି କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *