ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଆଜି ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର। ଆଗାମୀ ଦୁଇ ଦିନରେ ଏହା ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ର ପ୍ରଦେଶ ଆଡ଼େ ମୁହାଁଇବ। ଏହାର ପ୍ରଭାବରେ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ୪ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ସତର୍କତା ଜାରି କରାଯାଇଛି। ତେବେ ସେସବୁ ଜିଲ୍ଲା ଗୁଡିକ ହେଉଛି ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଏବଂ ରାୟଗଡା। ସେହିପରି ଏହି ଦୁଇଦିନ ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ବୌଦ୍ଧ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କେନ୍ଦ୍ରାପଡ଼ା, ନୂଆପଡ଼ା, କଟକ ଏବଂ ଜଗତସିଂହପୁର ଜିଲାରେ ୭ରୁ ୧୧ ସେମି ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଦୁଇ ଦିନ ସମୁଦ୍ର ଅଶାନ୍ତ ରହିବା ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି। ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ତଳିଆ ଅଞ୍ଚଳରେ ବର୍ଷା ପାଣି ଜମିପାରେ। ସମ୍ପୃକ୍ତ ଜିଲାଗୁଡିକୁ ସତର୍କ ରହିବାକୁ ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *