ଭୁବନେଶ୍ବର: ସକ୍ରିୟ ହୋଇଛି ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ। ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମ-କେନ୍ଦ୍ରୀୟ ଏବଂ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହେଇଚି ଲଘୁଚାପ କ୍ଷେତ୍ର l ଆଗାମୀ ୪୮ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ, ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡିଶା ଉପକୂଳ ସମୁଦ୍ର ମଧ୍ୟରେ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହେବା ସମ୍ଭାବନା ।
ଏହାର ପ୍ରଭାବରେ ଆଜି ଉପକୂଳ ସମେତ, ଦକ୍ଷିଣ ଓଡ଼ିଶାରେ ବର୍ଷିବ । ୧୦ ତାରିଖ ଓ ୧୧ ତାରିଖରେ ବର୍ଷାର ପରିମାଣ ବଢିବା ସହ ରାଜ୍ୟ ରେ ୭ ସେମି ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହେବ ସମ୍ଭାବନା ରହିଛି । ଏନେଇ ଆଜି ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି ହେଇଛି l ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି ,କନ୍ଧମାଳ, ଗଜପତି, ଗଞ୍ଜାମ ,ଖୋର୍ଦ୍ଧା, ପୁରୀ, ପ୍ରବଳ ବର୍ଷା ପାଇଁ ସୂଚନା ଦିଆଯାଇଛି।
ଆସନ୍ତା କାଲି ପାଇଁ ୪ ଜିଲ୍ଲା କୋରାପୁଟ, କନ୍ଧମାଳ, ଗଜପତି, ଗଞ୍ଜାମକୁ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସହ ୧୦ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ଚେତାବନୀ ଜାରି ହୋଇଚି। ୧୦ ତାରିଖ ରୁ ବର୍ଷାର ପ୍ରକୋପ ବଢ଼ିବ, ୧୧ ଜିଲ୍ଲାକୁ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଆରେଞ୍ଜ ୱାର୍ଣ୍ଣି ଜାରି କରାଯାଇଛି। ଆଉ କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଅଛି।
୧୧ ତାରିଖରେ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶା ଉପକୂଳ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଝଡ ସହ ପବନ ବହିବାର ସମ୍ବାବାନା ରହୁଚି । ପବନର ବେଗ ଘଣ୍ଟା ପ୍ରତି ୪୫ ରୁ ୫୫ କିମି ରହିଛି ତେଣୁ ମତ୍ସ୍ୟଜୀବୀମାନଙ୍କୁ ଆସନ୍ତା ୯ ଓ ୧୦ ତାରିଖରେ ସମୁଦ୍ର ଭିତରକୁ ଯିବା ପାଇଁ ସଂପୂର୍ଣ୍ଣ ବାରଣ କରାଯାଇଛି । ତଳିଆ ଅଞ୍ଚଳରେ ପାଣି ଓ ପାହାଡିଆ ଅଞ୍ଚଳରେ ଭୁସ୍ଖଳନ ହେବାର ସମ୍ଭାବନା ରହିଛି ତେଣୁ ସତର୍କ ସୂଚନା ଜାରିକରାଯାଇଚି।
ସ୍ବରୂପା ମହାପାତ୍ରଙ୍କ ରିପୋର୍ଟ

Naxatra News is now on Whatsapp
Join and get latest news update delivered to you via whatsapp
Join Now