ପୂର୍ବକେନ୍ଦ୍ରୀୟ ତଥା ପାର୍ଶ୍ବବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ଆସନ୍ତା ୨୯ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପରବର୍ତ୍ତୀ ୨ ଦିନ ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଆଡ଼େ ମୁହାଁଇବ। ଏହାର ପ୍ରଭାବରେ ଆଜିଠୁ ୩୧ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଜି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏସବୁ ଜିଲ୍ଲା ଗୁଡିକ ହେଉଛି କେନ୍ଦୁଝର, ମୟୁରଭଞ୍ଜ, କୋରାପୁଟ, ମାଲକାନଗିରି, ରାୟଗଡା, ଗଜପତି ଓ ଗଞ୍ଜାମ ଜିଲ୍ଲା। ସେହିପରି ୩୦ରୁ ୩୧ ତାରିଖ ମଧ୍ୟରେ ମାଲକାନଗିରି ଓ କୋରାପୁଟ ଜିଲାକୁ ଅତି ଭୀଷଣ ବର୍ଷା ସମ୍ଭାବନା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ୨୮ରୁ ୨୯ ତାରିଖ ଯାଏଁ କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ୭ରୁ ୧୧ ସେ.ମି. ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ବଙ୍ଗୋପସାଗର ବିଶେଷକରି ଓଡ଼ିଶା ଉପକୂଳ ସଂଲଗ୍ନ ବଙ୍ଗୋପସାଗରରେ ୩୫ ରୁ ୪୫ କିମି ବେଗରେ ପବନ ବହିବ। ତେବେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ୩୦ ଓ ୩୧ ତାରିଖରେ ସମୁଦ୍ର ଯିବାକୁ ବାରଣ କରାଯାଇଛି।

Naxatra News is now on Whatsapp
Join and get latest news update delivered to you via whatsapp
Join Now