ପ୍ରବଳ ବର୍ଷା, ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଗାମୀ ୨୪ ଘଣ୍ଟାରେ ସୃଷ୍ଟ ଘୂର୍ଣ୍ଣିବଳୟ ଘନୀଭୂତ ହେବା ସହ ଲଘୁଚାପ ରୂପ ନେବାର ସମ୍ଭାବନା ରହିଛି । ଏହା ଯୋଗୁଁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଲଘୁଚାପ ପ୍ରଭାବରେ ଗୁରୁବାରଠାରୁ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୯ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବଜ୍ରପାତ, ଘଡଘଡି, ବିଜୁଳି ସହ ବର୍ଷା ନେଇ ୧୮ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ଦକ୍ଷିଣ ଓଡ଼ିଶାର ୫ଟି ଜିଲ୍ଲାରେ ୯ରୁ ୧୧ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜିଠାରୁ  ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି,  ବଲାଙ୍ଗୀର, ନୂଆପଡ଼ା, ରାୟଗଡ଼ା,  ଗଞ୍ଜାମ ଓ ଗଜପତିରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ସେହିପରି ଆସନ୍ତାକାଲି ଦକ୍ଷିଣ ଉପକୂଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ୧୨ଟି ଜିଲ୍ଲାକୁ ବଜ୍ରପାତ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୭ ଓ ୮ ତାରିଖରେ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ୯, ୧୦ ଓ ୧୧ ତାରିଖରେ ରାୟଗଡ଼ା, ମାଲକାନଗିରି,  କୋରାପୁଟ, ନବରଙ୍ଗପୁର ଓ ନୂଆପଡ଼ାରେ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି । ମାତ୍ର ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡ଼ା ଓ  ଭଦ୍ରକରେ ସବୁଠୁ କମ୍‌ ବର୍ଷା ହେବ ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *