ଜାତୀୟ

କୋଷ୍ଟାଲ ହାଇୱେ ଓ କ୍ୟାପିଟାଲ ରିଜିଅନ ରିଙ୍ଗ୍ ରୋଡ୍ ର ଅଗ୍ରଗତି ନେଇ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀଙ୍କ ସହ ସମୀକ୍ଷା କଲେ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର : ଓଡିଶା ମଧ୍ୟ ଦେଇ ଯାଇଥିବା ବିଭିନ୍ନ ରାଜପଥ ସମେତ ଓଡ଼ିଶା କୋଷ୍ଟାଲ ହାଇୱେ ଓ କ୍ୟାପିଟାଲ ରିଜିଅନ ରିଙ୍ଗ୍ ରୋଡ୍ କାର୍ଯ୍ୟର ଅଗ୍ରଗତି ଏବଂ ନିର୍ମାଣ ସମ୍ପର୍କରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡକରୀଙ୍କ ସହ ସମୀକ୍ଷା କରିଛନ୍ତି ।

ଏସମ୍ପର୍କରେ କେନ୍ଦ୍ରମନ୍ତ୍ରୀ ଟ୍ୱିଟ୍ କରି ଲେଖିଛନ୍ତି କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡକରୀଙ୍କ ସହ ଅନୁଗୋଳ-ସମ୍ବଲପୁର ଜାତୀୟ ରାଜପଥର ଅଗ୍ରଗତି, ଢେଙ୍କାନାଳ ଜିଲ୍ଲାର ଭୁବନ ଓ କାମାକ୍ଷାନଗର ଦେଇ ଯାଇଥିବା ଡୁବୁରିରୁ ବହ୍ଲର ଛକ ପର୍ଯ୍ୟନ୍ତ ୫୩ ନମ୍ବର ଜାତୀୟ ରାଜପଥ, ଗୋଡିବନ୍ଧରୁ ବଅଁରପାଳ ପର୍ଯ୍ୟନ୍ତ ରାଜପଥର ପ୍ରଶସ୍ତିକରଣ, ସମ୍ବଲପୁର ରିଙ୍ଗ୍ ରୋଡ, ଓଡ଼ିଶା କୋଷ୍ଟାଲ ହାଇୱେ ଓ କ୍ୟାପିଟାଲ ରିଜିଅନ ରିଙ୍ଗ୍ ରୋଡ୍ କାର୍ଯ୍ୟର ଅଗ୍ରଗତି ଏବଂ ନିର୍ମାଣ କାର୍ଯ୍ୟ ନେଇ ସମୀକ୍ଷା କଲୁ ।

ଏହି ସବୁ ପ୍ରକଳ୍ପ ଗୁଡ଼ିକର ପରିବେଶ ମଞ୍ଜୁରୀ, ଟେଣ୍ଡର ପ୍ରକ୍ରିୟା, ଆଲାଇନମେଣ୍ଟ ଏବଂ ଅନ୍ୟାନ୍ୟ ସମସ୍ୟା ବିଷୟରେ ଆଲୋଚନା ହେଲା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପୂର୍ବୋଦୟ କଳ୍ପନାରେ ଓଡ଼ିଶାରେ ସଡକପଥ ଭିତିଭୂମିକୁ ମଜଭୂତ୍ କରାଯାଇଛି । ଭାରତ ସରକାରଙ୍କ ଏନଏଚଏଆଇ ଦ୍ୱାରା ଓଡ଼ିଶାରେ ଅନେକ ଉନ୍ନୟନମୂଳକ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି । ଏହି ସବୁ ଜାତୀୟ ରାଜପଥ ନିର୍ମାଣ କାର୍ଯ୍ୟ ଶେଷ କରିବା ପାଇଁ ଆଶ୍ୱସ୍ତ କରିଥିବାରୁ ଧନ୍ୟବାଦ ବୋଲି କେନ୍ଦ୍ରମନ୍ତ୍ରୀ ଉଲ୍ଲେଖ କରିଛନ୍ତି ।

Related Articles

Leave a Reply

Your email address will not be published.

Back to top button