ଓପିଏସସିର ମେରିଟ୍ ଲିଷ୍ଟକୁ ହାଇକୋର୍ଟ ଖାରଜ କଲେ, ୨ ମାସ ମଧ୍ୟରେ ସାନି ତାଲିକା ପ୍ରକାଶ କରିବାକୁ ନିର୍ଦ୍ଦେଶ

Spread the love

ଭୁବନେଶ୍ୱର : ଓଡିଶା ଉଚ୍ଚ ନ୍ୟାୟାଳୟ ଏଏସଓ ନିଯୁକ୍ତି ନେଇ ବଡ ରାୟ ଶୁଣାଇଛନ୍ତି । ଓପିଏସସିର ମେରିଟ୍ ଲିଷ୍ଟକୁ ଖାରଜ କରିବା ସହ ଆଗାମୀ ୨ ମାସ ମଧ୍ୟରେ ସାନି ତାଲିକା ପ୍ରକାଶ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଓଡ଼ିଶା ଉଚ୍ଚ ନ୍ୟାୟାଳୟ ।

ହାଇକୋର୍ଟ ଓପିଏସସି ପକ୍ଷରୁ ଏ ଏସ ଓ ପରୀକ୍ଷାରେ ଅନିୟମିତତା ମାମଲା ରିଟ୍ ଆବେଦନରେ ପିଟିସନରଙ୍କ ପକ୍ଷରୁ ଦର୍ଶାଯାଇଥିବା ଯୁକ୍ତିକୁ ବୈଧ ବୋଲି ଦର୍ଶାଇଛନ୍ତି । ଓଡ଼ିଶା ଉଚ୍ଚ ନ୍ୟାୟାଳୟ ଶୁଣାଣି କରି କହିଛନ୍ତି ଯେ ପ୍ରକାଶ ପାଇବା ମେରିଟ୍ ଲିଷ୍ଟ ଗ୍ରହଣୀୟ ନୁହେଁ । ଏଣୁ ଓପିଏସସି ନିୟମ ଅନୁଯାୟୀ ଲିଖିତ ପରୀକ୍ଷା ଆଧାରରେ ଆଉ ଥରେ ନଜର ମେରିଟ୍ ଲିଷ୍ଟ ପ୍ରକାଶ କରିବାକୁ ଓପିଏସସିକୁ ନିର୍ଦ୍ଦେଶ ଦିଆଯାଇଛି । ଏହି ମାମଲାର ଶୁଣାଣି ଶେଷ ହୋଇ ରାୟ ସଂରକ୍ଷିତ ଥିଲା ।

ଏଠାରେ ଉଲ୍ଲେଖ କରାଯାଇ ପାରେ ଯେ ଗତ ଅଗଷ୍ଟ ମାସରେ ୭୯୬ଟି ଏଏସଓ ପଦବି ଲାଗି ଓପିଏସସି ପକ୍ଷରୁ ପରୀକ୍ଷା କରାଯାଇଥିଲା । ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ମନୋଜ ମିଶ୍ର ମାମଲାର ପରିଚାଳନା କରୁଥିଲେ ।

Leave a Reply

Your email address will not be published. Required fields are marked *