୬ ସପ୍ତାହ ମଧ୍ୟରେ ଏଏସଓ ଚୟନ ଶେଷ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

Spread the love

ଭୁବନେଶ୍ୱର : ଏଏସଓ ପରୀକ୍ଷା ଅନିୟମିତତା ମାମଲାରେ ହାଇକୋର୍ଟ ୬ ସପ୍ତାହ ମଧ୍ୟରେ ନୂଆ ମେଧା ତାଲିକା ପ୍ରକାଶ କରିବାକୁ ଓପିଏସସିକୁ ନିର୍ଦ୍ଦେଶ ଦେଇଛନ୍ତି । ୬ ସପ୍ତାହ ମଧ୍ୟରେ ଚୟନ ପ୍ରକ୍ରିୟା ସଂପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ମେ ୧୯ ରେ ହାଇକୋର୍ଟ ଦେଇଥିବା ଏହି ରାୟ ଦୁଇ ମାସ ମଧ୍ୟରେ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ରହିଥିଲା । ଏହି ନିର୍ଦ୍ଦେଶ କାର୍ଯ୍ୟକାରୀ ବିଳମ୍ବ ହେଉଥିବା ଦର୍ଶାଇ ହାଇକୋର୍ଟରେ ଓପିଏସସି ବିରୁଦ୍ଧରେ ଅଦାଲତ ଅବମାନନା ମାମଲା କରିଥିଲେ କିଛି ପରୀକ୍ଷାର୍ଥୀ । ଏହାକୁ ନେଇ ହାଇକୋର୍ଟ ଏହି ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି ।

ମେ ୧୯ରେ ଏଏସଓ ନିଯୁକ୍ତି ନେଇ ଓପିଏସସିର ମେରିଟ୍ ଲିଷ୍ଟକୁ ଖାରଜ କରିଥିଲେ ଓଡ଼ିଶା ଉଚ୍ଚ ନ୍ୟାୟାଳୟ । ଆଗାମୀ ୨ ମାସ ମଧ୍ୟରେ ସାନି ତାଲିକା ପ୍ରକାଶ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ତେବେ ଓପିଏସସି ଏହା କରିନଥିଲା । ଗତ ଅଗଷ୍ଟ ମାସରେ ୭୯୬ଟି ଏଏସଓ ପଦବି ଲାଗି ଓପିଏସସି ପକ୍ଷରୁ ପରୀକ୍ଷା କରାଯାଇଥିଲା ।

Leave a Reply

Your email address will not be published. Required fields are marked *