ରଥଯାତ୍ରା ପ୍ରସ୍ତୁତି ପାଇଁ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତା ବୈଠକରେ ଅନୁଷ୍ଠିତ ହେବ। ଶୃଙ୍ଖଳିତ ରଥଯାତ୍ରା ନେଇ ବୈଠକରେ ହେବ ଆଲୋଚନା। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ଗୁଇନ୍ଦା ନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀ ଉପସ୍ଥିତ ଅଛନ୍ତି । ଚଳିତ ବର୍ଷ ୧୫ ଦିନ ବଦଳରେ ୧୩ ଦିନ ହେବ ଅଣସର ନୀତି । ସେପଟେ ଶୃଙ୍ଖଳିତ ନୀତି ପାଇଁ ସମସ୍ତ ସେବାୟତଙ୍କ ସହଯୋଗ ମଧ୍ୟ ଲୋଡ଼ାଯାଇଛି ।

Naxatra News is now on Whatsapp
Join and get latest news update delivered to you via whatsapp
Join Now